< 요한계시록 9 >
1 다섯째 천사가 나팔을 불매 내가 보니 하늘에서 땅에 떨어진 별 하나가 있는데 저가 무저갱의 열쇠를 받았더라 (Abyssos )
ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା। (Abyssos )
2 저가 무저갱을 여니 그 구멍에서 큰 풀무의 연기 같은 연기가 올라오매 해와 공기가 그 구멍의 연기로 인하여 어두워지며 (Abyssos )
ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା। (Abyssos )
3 또 황충이 연기 가운데로부터 땅위에 나오매 저희가 땅에 있는 전갈의 권세와 같은 권세를 받았더라
ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।
4 저희에게 이르시되 `땅의 풀이나 푸른 것이나 각종 수목은 해하지 말고 오직 이마에 하나님의 인 맞지 아니한 사람들만 해하라' 하시더라
ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।
5 그러나 그들을 죽이지는 못하게 하시고 다섯 달 동안 괴롭게만 하게 하시는데 그 괴롭게 함은 전갈이 사람을 쏠 때에 괴롭게 함과 같더라
ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।
6 그 날에는 사람들이 죽기를 구하여도 얻지 못하고 죽고 싶으나 죽음이 저희를 피하리로다
ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।
7 황충들의 모양은 전쟁을 위하여 예비한 말들 같고 그 머리에 금 같은 면류관 비슷한 것을 썼으며 그 얼굴은 사람의 얼굴 같고
ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;
8 또 여자의 머리털 같은 머리털이 있고 그 이는 사자의 이 같으며
ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ;
9 또 철흉갑 같은 흉갑이 있고 그 날개들의 소리는 병거와 많은 말들이 전장으로 달려 들어가는 소리 같으며
ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।
10 또 전갈과 같은 꼬리와 쏘는 살이 있어 그 꼬리에는 다섯 달 동안 사람들을 해하는 권세가 있더라
ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।
11 저희에게 임금이 있으니 무저갱의 사자라 히브리 음으로 이름은 아바돈이요 헬라 음으로 이름은 아볼루온이더라 (Abyssos )
ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍। (Abyssos )
12 첫째 화는 지나갔으나 보라 아직도 이 후에 화 둘이 이르리로다
ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।
13 여섯째 천사가 나팔을 불매 내가 들으니 하나님 앞 금단 네 뿔에서 한 음성이 나서
ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,
14 나팔 가진 여섯째 천사에게 말하기를 `큰 강 유브라데에 결박한 네 천사를 놓아 주라' 하매
ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।
15 네 천사가 놓였으니 그들은 그 년, 월,일, 시에 이르러 사람 삼분의 일을 죽이기로 예비한 자들이더라
ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।
16 마병대의 수는 이만만이니 내가 그들의 수를 들었노라
ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି।
17 이같이 이상한 가운데 그 말들과 그 탄 자들을 보니 불빛과 자주빛과 유황빛 흉갑이 있고 또 말들의 머리는 사자 머리 같고 그 입에서는 불과 연기와 유황이 나오더라
ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।
18 이 세 재앙 곧 저희 입에서 나오는 불과 연기와 유황을 인하여 사람 삼분의 일이 죽임을 당하니라
ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।
19 이 말들의 힘은 그 입과 그 꼬리에 있으니 그 꼬리는 뱀 같고 또 꼬리에 머리가 있어 이것으로 해하더라
କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।
20 이 재앙에 죽지 않고 남은 사람들은 그 손으로 행하는 일을 회개치 아니하고 오히려 여러 귀신과 또는 보거나 듣거나 다니거나 하지 못하는 금, 은,동과 목석의 우상에게 절하고
ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
21 또 그 살인과 복술과 음행과 도적질을 회개치 아니하더라
ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।