< 여호수아 16 >
1 요셉 자손이 제비 뽑은 것은 여리고 곁 요단 곧 여리고 물 동편 광야에서부터 나아가 여리고로 말미암아 올라가서 산지를 지나 벧엘에 이르고
ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।
2 벧엘에서부터 루스로 나아가 아렉 사람의 경계로 지나 아다롯에 이르고
ତହୁଁ ସେ ସୀମା ବେଥେଲ୍ଠାରୁ ଲୂସ୍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍କୁ ଗଲା;
3 서편으로 내려가서 야블렛 사람의 경계에 이르러 아래 벧 호론 곧 게셀에 미치고 그 끝은 바다라
ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
4 요셉의 자손 므낫세와 에브라임이 그 기업을 얻었더라
ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
5 에브라임 자손의 그 가족대로 얻은 것의 경계는 이러하니라 그 기업의 경계는 동으로 아다롯 앗달에서 윗 벧 호론에 이르고
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
6 또 서편으로 나아가 북편 믹므다에 이르고 동편으로 돌아 다아낫 실로에 이르러 야노아 동편을 지나고
ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।
7 야노아에서부터 아다롯과 나아라도 내려가서 여리고에 미치며 요단으로 나아가고
ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
8 또 답부아에서부터 서편으로 지나서 가나 시내에 미치나니 그 끝은 바다라 에브라임 자손의 지파가 그 가족대로 얻은 기업이 이러하였고
ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।
9 그 외에 므낫세 자손의 기업 중에서 에브라임 자손을 위하여 구별한 모든 성읍과 촌락도 있었더라
ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।
10 그들이 게셀에 거하는 가나안 사람을 쫓아내지 아니하였으므로 가나안 사람이 오늘날까지 에브라임 가운데 거하며 사역하는 종이 되니라
ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।