< 시편 3 >

1 다윗이 그 아들 압살롬을 피할 때에 지은 시 여호와여 나의 대적이 어찌 그리 많은지요 일어나 나를 치는 자가 많소이다
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
2 많은 사람이 있어 나를 가리켜 말하기를 저는 하나님께 도움을 얻지 못한다 하나이다(셀라)
ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। (ସେଲା)
3 여호와여 주는 나의 방패시요 나의 영광이시요 나의 머리를 드시는 자니이다
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।
4 내가 나의 목소리로 여호와께 부르짖으니 그 성산에서 응답하시는도다(셀라)
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। (ସେଲା)
5 내가 누워 자고 깨었으니 여호와께서 나를 붙드심이로다
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6 천만 인이 나를 둘러치려 하여도 나는 두려워 아니하리이다
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
7 여호와여 일어나소서 나의 하나님이여 나를 구원하소서 주께서 나의 모든 원수의 뺨을 치시며 악인의 이를 꺽으셨나이다
ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
8 구원은 여호와께 있사오니 주의 복을 주의 백성에게 내리소서(셀라)
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। (ସେଲା)

< 시편 3 >