< Sie Samuel 10 >
1 Na Samuel el eis sufa in oil in olive ac ukuiya fin sifal Saul ac ngok mutal ac fahk, “LEUM GOD El mosrwekomla tuh kom fah leum fin mwet lal, mwet Israel. Kom fah leum faclos ac karinganulos liki mwet lokoalok lalos. Na pa inge mwe akpwayeye nu sum lah LEUM GOD pa sulekomla tuh kom in leum fin mwet lal:
ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
2 Ke kom ac fahsr likiyu misenge, kom ac fah sun mukul luo sisken kulyuk lal Rachel in acn Zelzah in facl lun Benjamin. Eltal ac fah fahk nu sum lah koneyukyak tari donkey ma komtal suk an. Na papa tomom el tila nunku kac, a el nunku keim, ac el na siyuk na ac fahk, ‘Mea nga ac oru ke wen nutik uh?’
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
3 Ke kom ac som liki acn sac, kom ac fahsr nwe sun sak oal soko in acn Tabor, ac kom ac fah sun mukul tolu su fahsr in som nu Bethel in oru mwe kisa lalos nu sin God we. Sie selos el pwen nani fusr tolkwe, ac sie selos el us lof in bread tolkwe, ac mukul se aktolu an el us pak in wain se nwanala ke wain.
ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
4 Elos ac fah paing kom, ac asot lukwa lof an nu sum, na kom fah eis.
ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
5 Na kom fah som nu ke Fineol lun God in acn Gibeah, yen mwet mweun lun mwet Philistia elos muta we. Ke nien utyak nu in siti uh kom ac fah sun u in mwet palu su oatui liki nien loang lalos fineol uh — elos srital ke harp, drum, flute, ac lyre. Elos ac onsrosro ac sasa.
ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;
6 In kitin pacl ah, ngunin LEUM GOD ac tuku ke ku nu fom, ac kom ac fah welulos ke tacn in alyalu ac sasa lalos, ac kom ac fah ekla sie mwet sasu.
ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
7 Ke pacl se ma inge sikyak nu sum uh, kutena ma God El akkalemye nu sum, kom in oru.
ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
8 Kom fah som meet likiyu nu Gilgal. Nga ac fah sun kom we, ac kisakin mwe kisa firir ac mwe kisa in akinsewowo. Kom fah soaneyu we len itkosr, nu ke pacl nga tuku ac fahkak nu sum ma kom in oru.”
ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
9 Ke Saul el forla in fahsr lukel Samuel, God El sang sie ouiyen moul sasu nu sel Saul. Ac ma nukewa ma Samuel el fahk nu sel ah, sikyak in len sac.
ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
10 Ke Saul ac mwet kulansap lal sun acn Gibeah, un mwet palu se tuku osun nu sel. In kitin pacl ah ngunin God tuku ke ku nu facl ac el wi mwet palu inge ke tacn ac sasa in alyalu lalos.
ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
11 Ac ke mwet su etal Saul meet elos liye ma el oru inge, elos asiyuki sie sin sie, “Ku mea sikyak nu sin wen se natul Kish inge? Ya Saul el ekla sie mwet palu?”
ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?
12 Ac sie mukul in acn sac el fahk, “Ac fuka mwet palu saya inge? Kowos nunku mu su papa tumalos an?” Na pa inge mutaweyen soakas se ma fahk mu, “Ku pwaye lah Saul el ekla sie mwet palu pac?”
ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
13 Ke Saul el oru tacn ac sasa in alyalu lal tari, na el som nu ke nien loang fineol uh.
ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
14 Sie mukul wien papa tumal Saul el liyal Saul ac mwet kulansap lal, ac el siyuk seltal, “Komtal muta ya tuku?” Saul el fahk, “Kut suk donkey tuhlac ah. Ke kut kofla konauk, na kut som nu yorol Samuel.”
ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
15 Na papa sac siyuk, “Ac mea Samuel el fahk nu sumtal?”
ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
16 Na Saul el fahk, “El fahk mu koneyukyak tari.” Tusruktu el tiana fahk ma Samuel el fahk kacl lah el ac tokosrala.
ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
17 Samuel el pangoneni mwet uh nu ye mutun LEUM GOD in acn Mizpah,
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
18 ac el fahk nu selos, “LEUM GOD lun Israel el fahk, ‘Nga uskowosme liki facl Egypt ac molikowosla liki inpoun mwet Egypt ac liki mwet saya nukewa su akkeokye kowos.
ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’
19 Nga God lowos, su molikowosla liki ongoiya ac ma upa nu suwos, tuh pa misenge kowos sisyula ac siyuk ke sie tokosra. Ouinge kowos toeni in sruf lowos ac in sou lowos, ac utyak nu ye mutun LEUM GOD.’”
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
20 Na Samuel el sap kais sie sruf in kilukyak, ac LEUM GOD el sulela sruf lal Benjamin.
ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
21 Na Samuel el sap kais sie sou in sruf lal Benjamin in kilukyak, na sou lal Matri sulosolla. Na kais sie mukul in sou lal Matri kilukyak, na Saul, wen natul Kish, el solla. Elos sokol tuh elos kofla konalak.
ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
22 Na elos siyuk sin LEUM GOD, “Ya oasr pac sie sayal?” Ac LEUM GOD El topuk, “Saul el a wikwik ingo inmasrlon kufwen sroasr.”
ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
23 Ac elos kasrusr ac usalu nu yurin mwet uh, ac ke el tuyak inmasrlon mwet uh, el fulat lukelos nukewa finpisalyak.
ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
24 Ac Samuel el fahk nu sin mwet uh, “Pa inge mwet se su LEUM GOD El sulela! Wangin sie inmasrlosr oana el.” Ac mwet uh nukewa wowoyak ac fahk, “In paht moul lal tokosra!”
ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
25 Na Samuel el aketeya nu sin mwet uh ke kunokon ac suwohs lun sie tokosra. El simusla ma inge in sie book, ac filiya in sie acn mutal. Na el supwalik mwet uh nu in acn selos.
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
26 Ac Saul el folokla pac nu yen sel in acn Gibeah. God El pirik insien kutu mwet pulaik ac ku, ac elos welul Saul som.
ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
27 Tusruktu kutu mwet lusrongten elos fahk, “Mea, oasr ma wo mwet se inge el ku in oru nu sesr?” Elos pilesral ac tia use kutena mwe lung nu sel. Tuh Saul el mislana.
ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।