< دووەم پوختەی مێژوو 18 >
یەهۆشافات دەوڵەمەندی و ڕێزێکی زۆری هەبوو، لەگەڵ ئەحاڤ ژنوژنخوازی کرد. | 1 |
ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
دوای چەند ساڵێک چوو بۆ لای ئەحاڤ لە سامیرە. ئەحاڤیش مەڕ و مانگای زۆری بۆ ئەو و بۆ ئەو خەڵکەش کە لەگەڵیدا بوون سەربڕی و هانی دا پەلاماری ڕامۆتی گلعاد بدات. | 2 |
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
ئەحاڤ پاشای ئیسرائیل پرسیاری لە یەهۆشافاتی پاشای یەهودا کرد: «لەگەڵم دێیتە ڕامۆتی گلعاد؟» یەهۆشافاتیش وەڵامی دایەوە: «خۆم وەک خۆت و گەلەکەم وەک گەلەکەت، لەگەڵتداین بۆ جەنگ.» | 3 |
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
بەڵام یەهۆشافات بە پاشای ئیسرائیلی گوت: «سەرەتا داوای ڕاوێژ لە یەزدان بکە.» | 4 |
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
ئیتر پاشای ئیسرائیل پێغەمبەرەکانی کۆکردەوە، نزیکەی چوار سەد پیاو بوون، لێی پرسین: «ئایا بچمە ڕامۆتی گلعاد بۆ جەنگ یان نا؟» ئەوانیش گوتیان: «بڕۆ، یەزدان دەیداتە دەستی پاشا.» | 5 |
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
بەڵام یەهۆشافات پرسیاری کرد: «هیچ پێغەمبەرێکی یەزدان لێرە نەماوە لێی بپرسین؟» | 6 |
ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ?”
پاشای ئیسرائیلیش بە یەهۆشافاتی گوت: «پێغەمبەرێکی دیکە ماوە پرسی یەزدانی پێ بکەین، بەڵام من ڕقم لێیەتی، چونکە ئەو سەبارەت بە من پێشبینی چاک ناکات بەڵکو خراپ، ئەویش میخایوی کوڕی یەملایە.» یەهۆشافاتیش گوتی: «با پاشا ئاوا نەڵێت.» | 7 |
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
لەبەر ئەوە پاشای ئیسرائیل کاربەدەستێکی بانگکرد و گوتی: «بە پەلە میخایوی کوڕی یەملام بۆ بهێنە!» | 8 |
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
لەو کاتەدا پاشای ئیسرائیل و یەهۆشافاتی پاشای یەهودا جلی شاهانەیان لەبەرکردبوو و هەریەکە و لەسەر تەختەکەی خۆی دانیشتبوو لەسەر جۆخینەکەی لای دەروازەی سامیرە، هەموو پێغەمبەرەکانیش لەبەردەمیان پێشبینییان دەکرد. | 9 |
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
سدقیای کوڕی کەنعەنا کە دوو قۆچی ئاسنی بۆ خۆی دروستکردبوو، گوتی: «یەزدان ئەمە دەفەرموێت:”بەمە ورگی ئارامییەکان دەدڕیت هەتا لەناو دەچن.“» | 10 |
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
هەموو پێغەمبەرەکانیش بەم جۆرە پێشبینییان کرد و گوتیان: «پەلاماری ڕامۆتی گلعاد بدە و سەرکەوتوو دەبیت، یەزدان دەیداتە دەستی پاشا.» | 11 |
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
ئەو نێردراوەی چوو میخایو بانگ بکات قسەی لەگەڵ کرد و گوتی: «ئەوەتا قسەی هەموو پێغەمبەرەکان بە یەک دەنگ لە بەرژەوەندی پاشایە، تکایە با قسەی تۆش وەک قسەی یەکێک لەوان بێت و بە باشە قسە بکە.» | 12 |
ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
بەڵام میخایو گوتی: «بە یەزدانی زیندوو، ئەوەی خودا پێم بفەرموێت ئەوە دەڵێم.» | 13 |
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
کاتێک هاتە لای پاشا، پاشا لێی پرسی: «میخایو، بچینە ڕامۆتی گلعاد بۆ جەنگ یان نا؟» ئەویش پێی گوت: «هێرش بکەن و سەرکەوتوو بن، دەدرێتە دەستتان.» | 14 |
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
پاشاش پێی گوت: «چەند جار من سوێندم داویت، کە جگە لە ڕاستی بە ناوی یەزدانەوە هیچی دیکەم پێ نەڵێیت؟» | 15 |
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
ئینجا میخایو وەڵامی دایەوە: «هەموو ئیسرائیلم بینی لەسەر چیاکان وەک مەڕی بێ شوان پەرتەوازە ببوون، یەزدانیش فەرمووی:”ئەوانە خاوەنیان نییە، با هەریەکە و بە سەلامەتی بگەڕێتەوە ماڵەکەی خۆی.“» | 16 |
ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
پاشای ئیسرائیل بە یەهۆشافاتی گوت: «پێم نەگوتی ئەو پێشبینی چاک سەبارەت بە من ناکات، بەڵکو خراپ؟» | 17 |
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
میخایو گوتی: «لەبەر ئەوە گوێ لە فەرمایشتی یەزدان بگرە، یەزدانم بینی لەسەر تەختەکەی دانیشتبوو، هەموو هێزەکانی ئاسمانیش لەلای ڕاست و چەپیەوە ڕاوەستابوون. | 18 |
ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
یەزدان فەرمووی:”کێ ئەحاڤی پاشای ئیسرائیل فریودەدات هەتا هێرش بکاتە سەر ڕامۆتی گلعاد و لەوێ بمرێت؟“«یەکێک پێشنیاری ئەمەی کرد و یەکێکی دیکە ئەوە. | 19 |
ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
ئینجا ڕۆحێک هاتە پێشەوە و لەبەردەم یەزدان ڕاوەستا و گوتی:”من فریوی دەدەم.“«یەزدانیش لێی پرسی:”بە چی؟“ | 20 |
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
«ئەویش گوتی:”دەچمە دەرەوە و لە دەمی هەموو پێغەمبەرەکانی دەبمە ڕۆحی درۆ.“«یەزدانیش پێی فەرموو:”تۆ فریوی دەدەیت و دەتوانیت، بڕۆ دەرەوە و ئەوە بکە.“ | 21 |
ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
«ئێستاش وا یەزدان ڕۆحی درۆی خستووەتە ناو دەمی پێغەمبەرەکانتەوە. یەزدان بڕیاری دا بەڵاتان بەسەر بهێنێت.» | 22 |
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
ئینجا سدقیای کوڕی کەنعەنا هاتە پێشەوە و زللەیەکی لە ڕوومەتی میخایو دا و گوتی: «لەکوێوە ڕۆحی یەزدان لە منەوە پەڕییەوە هەتا قسەت لەگەڵدا بکات؟» | 23 |
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
میخایو وەڵامی دایەوە: «دەبینیت کە ئەو ڕۆژە دەچیتە ژووری دواوەی خانوو بۆ ئەوەی خۆت بشاریتەوە.» | 24 |
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
ئینجا پاشای ئیسرائیل فەرمانی دا: «میخایو ببەن و بیگەڕێننەوە لای ئامۆنی فەرمانڕەوای شارەکە و یۆئاشی کوڕی پاشا، | 25 |
ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ;
پێیان بڵێن:”ئەمە فەرمانی پاشایە: ئەمە بخەنە زیندانەوە و جگە لە کەمێک نان و ئاو هیچی دیکەی پێ مەدەن، هەتا هاتنەوەم بە سەلامەتی.“» | 26 |
ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
میخایو گوتی: «ئەگەر تۆ بە سەلامەتی بگەڕێیتەوە، یەزدان لە ڕێگەی منەوە هیچی نەفەرمووە!» ئینجا گوتی: «ئەی هەموو گەل، گوێ بگرن!» | 27 |
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
ئیتر پاشای ئیسرائیل و یەهۆشافاتی پاشای یەهودا سەرکەوتن بۆ ڕامۆتی گلعاد. | 28 |
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
پاشای ئیسرائیل بە یەهۆشافاتی گوت: «من خۆم دەگۆڕم و دەچمە ناو جەنگەکە، بەڵام تۆ جلوبەرگە شاهانەکەی خۆت لەبەر بکە.» ئینجا پاشای ئیسرائیل خۆی گۆڕی و چووە ناو جەنگەکە. | 29 |
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
پاشای ئارام فەرمانی بە فەرماندەی گالیسکەکانی دا و گوتی: «شەڕ لەگەڵ هیچ گەورە و بچووکێک مەکەن، جگە لە پاشای ئیسرائیل.» | 30 |
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
کاتێک کە سەرکردەکانی گالیسکەکان یەهۆشافاتیان بینی، گوتیان: «ئەوە پاشای ئیسرائیلە.» گەڕانەوە بۆ ئەوەی شەڕی لەگەڵ بکەن، بەڵام یەهۆشافات هاواری کرد و یەزدانیش یارمەتی دا و ئەوانی لێ دوورخستەوە. | 31 |
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
کاتێک کە سەرکردەکانی گالیسکەکان بینییان ئەوە پاشای ئیسرائیل نەبوو، وازیان لە ڕاونانی هێنا. | 32 |
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
پیاوێکیش بە هەڕەمەکی تیروکەوانەکەی ڕاکێشا و پاشای ئیسرائیلی لە درزی نێو بەشەکانی زرێیەکەیەوە پێکا، ئەویش بە گالیسکەوانەکەی گوت: «دەستت بکێشەوە لەناو سوپاکە بمبە دەرەوە، چونکە بریندار بووم.» | 33 |
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
لەو ڕۆژەدا شەڕەکە زۆر سەخت بوو، هەتا ئێوارە پاشا لەناو گالیسکەکەی بەرامبەر بە ئارام ڕاگیرا، کاتی خۆر ئاوابوون مرد. | 34 |
ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।