< دواوتار 14 >

ئێوە ڕۆڵەی یەزدانی پەروەردگارتانن، لەشی خۆتان بریندار مەکەن و ناوچەوانتان مەتاشن لەبەر مردوو، 1
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
چونکە ئێوە گەلێکی پیرۆزن بۆ یەزدانی پەروەردگارتان و یەزدانیش ئێوەی هەڵبژارد بۆ ئەوەی ببنە گەنجینەیەکی تایبەت بۆ ئەو لە سەرووی هەموو ئەو گەلانەی لەسەر ڕووی زەویدان. 2
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
هیچ شتێکی قێزەون مەخۆن. 3
ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।
ئەمە ئەو ئاژەڵانەن کە دەیخۆن: گا و مەڕ و بزن، 4
ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା,
ئاسک، مامز، ئاسکە سوورە، بزنەکێوی، کەڵەکێوی، ئاسکەکێوی و مەڕەکێوی. 5
ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
هەر ئاژەڵێک کە سمی دوو کەرتە و کاوێژ دەکات، ئەوە دەخۆن. 6
ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ।
بەڵام لەوانەی کاوێژ دەکەن یان سمیان دوو کەرتە، ئەمانە مەخۆن: وشتر و کەروێشک و گۆڕهەڵکەنە، چونکە کاوێژ دەکەن، بەڵام سمیان کەرت نییە، لەبەر ئەوە بۆتان گڵاوە. 7
ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍‍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି;
هەروەها بەرازیش بۆتان گڵاوە، چونکە سمی کەرت کراوە، بەڵام کاوێژ ناکات، لەبەر ئەوە نە گۆشتیان بخۆن و نە دەست لە کەلاکیان بدەن. 8
ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।
لە هەموو ئەوانەی لە ئاوەکاندا دەژین، ئەوانە بخۆن کە باڵ و پوولەکەیان هەیە، 9
ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;
بەڵام هەموو ئەوەی باڵ و پوولەکەی نەبێت نەیخۆن، بۆ ئێوە گڵاوە. 10
ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।
هەموو باڵندەیەکی پاک دەخۆن، 11
ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର,
بەڵام ئەمانەیان لێ ناخۆن، هەڵۆ و سیسارکە کەچەڵ و داڵاش، 12
ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;
واشەی سوور و واشەی ڕەش، هەموو جۆرەکانی شاهین و شمقاڕ، 13
ବାଜପକ୍ଷୀ ଓ ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ
هەموو جۆرەکانی قەلەڕەش، 14
ଓ ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ;
کوندەپەپووی شاخدار و بایەقووش، مەلی دەریا، هەموو جۆرەکانی باز، 15
ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ;
کوندەپەپووی بچووک و کوندەپەپووی گەورە و کوندەپەپووی سپی و 16
ଆଉ କୋଷପକ୍ଷୀ ଓ ବଗ ଓ ଦୀର୍ଘ-ଗଳ ହଂସ;
کوندەپەپووی بیابان، واشەی ماسیگر، مەلی ماسیگرە، 17
ପାଣିଭେଳା ଓ ଶାଗୁଣା ଓ ପାଣିକୁଆ
لەقلەق و هەموو جۆرەکانی شاهۆ و پەپوسڵێمانکە و شەمشەمەکوێرە. 18
ଓ ବଗ ଓ ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ବାଦୁଢ଼ି;
هەموو مێرووێکی باڵدار بۆ ئێوە گڵاوە و ناخورێت. 19
ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।
هەموو باڵندەیەکی پاک دەخۆن. 20
ତୁମ୍ଭେମାନେ ସମସ୍ତ ଶୁଚି ପକ୍ଷୀକୁୁ ଭୋଜନ କରି ପାରିବ।
هیچ ئاژەڵێکی مرداربووەوە مەخۆن، بیدەن بەو نامۆیانەی لە هەر شارۆچکەیەکتان دەژیێن، ئەوان دەیخۆن، یان بیفرۆشنە بیانییەکان، چونکە ئێوە گەلێکی پیرۆزن بۆ یەزدانی پەروەردگارتان. هیچ کاریلەیەک بە شیری دایکی لێمەنێن. 21
ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
هەموو بەروبوومی کشتوکاڵتان کە ساڵ بە ساڵ لە کێڵگەکانتان وەبەردێت، بە تەواوی دەیەکی لێ دەخەنەلاوە. 22
ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।
لەبەردەم یەزدانی پەروەردگارتان لەو شوێنەی هەڵیدەبژێرێت بۆ ئەوەی ناوی لەوێ بێت، دەیەکی دانەوێڵە و شەرابی نوێ و زەیتەکەتان و نۆبەرەکانی مانگا و مەڕەکانتان دەخۆن، تاکو فێر بن هەردەم لە یەزدانی پەروەردگارتان بترسن. 23
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
بەڵام ئەگەر ڕێگاکە بۆتان دوور بوو و یەزدانی پەروەردگارتان بەرەکەتداری کردبوون و نەتانتوانی دەیەکەکەتان بهێنن، چونکە ئەو شوێنەی یەزدانی پەروەردگارتان هەڵیدەبژێرێت بۆ ئەوەی ناوی لەوێ بێت لێتان دوور بوو، 24
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ସକାଶୁ ତୁମ୍ଭେ ସେହି ଦ୍ରବ୍ୟ ବୋହି ନେବା ପାଇଁ ଅସମର୍ଥ ହୁଅ;
ئەوا بە زیو بیفرۆشن و زیوەکە بپێچنەوە لە دەستتان و بڕۆن بۆ ئەو شوێنەی یەزدانی پەروەردگارتان هەڵیدەبژێرێت. 25
ତେବେ ତୁମ୍ଭେ ତାହା ଟଙ୍କା କରି ସେହି ଟଙ୍କା ବାନ୍ଧି ଆପଣା ହାତରେ ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ।
جا زیوەکە خەرج بکەن لە هەموو ئەوەی حەزتان بۆی دەچێت، لە مانگا و مەڕ و شەراب و مەی و هەموو ئەوەی گیانتان لێتان داوا دەکات و لەوێ لەبەردەم یەزدانی پەروەردگارتان بیخۆن و ئێوە و ماڵەکانتان دڵخۆش بن. 26
ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;
ئەو لێڤییانەش کە لە شارۆچکەکانتانن بەجێیان مەهێڵن، چونکە بەش و میراتیان لەگەڵ ئێوەدا نییە. 27
ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।
لە کۆتایی هەر سێ ساڵێکدا هەموو دەیەکی بەروبوومی ئەو ساڵەتان دەربهێنن و لەناو شارۆچکەکانتان دایبنێن، 28
ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର-ଦ୍ୱାର ଭିତରେ ସଞ୍ଚୟ କରି ରଖିବ;
لێڤییەکانیش کە هیچ بەش و میراتیان لەگەڵ ئێوەدا نییە، لەگەڵ ئەو نامۆ و هەتیو و بێوەژنانەی کە لە شارۆچکەکانتانن بێن و بخۆن و تێر ببن، بۆ ئەوەی یەزدانی پەروەردگارتان لە هەموو کردارێکی دەستتان کە دەیکەن بەرەکەتدارتان بکات. 29
ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

< دواوتار 14 >