< ئەستێر 1 >

ئەم ڕووداوانە لە سەردەمی پاشایەتی ئەحەشوێرۆش بوو، ئەو ئەحەشوێرۆشەی کە لە هیندستانەوە هەتا کوش فەرمانڕەوایەتی سەد و بیست و حەوت هەرێمی دەکرد. 1
ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।
لەو کاتەدا ئەحەشوێرۆشی پاشا لەسەر تەختی پاشایەتییەکەی دادەنیشت کە لە قەڵای شوش بوو. 2
ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,
لە ساڵی سێیەمی پاشایەتییەکەی، خوانێکی سازکرد بۆ هەموو سەرکردە و کاربەدەستەکانی. سەرکردەکانی سوپای فارس و ماد و میر و فەرمانڕەوای هەرێمەکان تێیدا ئامادە بوون. 3
ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
ماوەی سەد و هەشتا ڕۆژ پاشا دەوڵەمەندیی و بێ هاوتایی پاشایەتییەکەی و شکۆ و مەزنیی خۆی نیشان دا. 4
ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
پاش تێپەڕینی ئەو ماوەیە، پاشا بۆ ماوەی حەوت ڕۆژ خوانێکی بۆ هەموو چین و توێژێکی خەڵک سازکرد، ئەوانەی لە قەڵای شوش دەژیان، لە باخچەی داخراوی کۆشکی پاشا. 5
ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
گۆڕەپانەکە بە پەردەی سپی و مۆری کەتان ڕازێنرابووەوە، بە گوریسی کەتانی سپی و گوریسی قوماشی ئەرخەوانی لەناو بازنەی زیو هەڵواسرابوو، لەسەر کۆڵەکەی مەڕمەڕ. سەکۆیەکان لە زێڕ و زیو دروستکرابوون، زەوییەکە بە بەردی حەلان و مەڕمەڕ و دوڕ و بەردی گرانبەها شۆستەی بۆ دروستکرابوو. 6
ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।
خواردنەوەش بە جامی زێڕینی جۆراوجۆر پێشکەش دەکرا، شەرابی شاهانەش بەقەد بەخشندەیی پاشا زۆر بوو. 7
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
پاشا فەرمانی بە لێپرسراوانی کۆشک کرد کەس گلەیی لە خواردنەوە نەبێت، هەرکەسە بەگوێرەی ویستی خۆی بێت. 8
ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
هەروەها ڤەشتیی شاژنیش لە کۆشکی شاهانەی ئەحەشوێرۆشی پاشا خوانێکی بۆ ئافرەتان سازکرد. 9
ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
لە ڕۆژی حەوتەم کاتێک ئەحەشوێرۆشی پاشا بە شەراب مەست بوو، فەرمانی کرد بەو حەوت کاربەدەستەی کە خزمەتیان دەکرد، واتە مێهومان و بیزتا و حەرڤۆنا و بیگتا و ئەڤەگتا و زێتەر و کەرکەس، 10
ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
کە ڤەشتیی شاژن بە تاجی شاهانەکەوە بهێنن بۆ بەردەم پاشا، بۆ ئەوەی جوانییەکەی پیشانی گەل و سەرکردەکان بدرێت، چونکە ڕوخساری جوان بوو. 11
ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
بەڵام کاتێک کاربەدەستەکان فەرمانەکەی پاشایان پێ ڕاگەیاند، ڤەشتیی شاژن ڕازی نەبوو بێت. لەبەر ئەوە پاشا زۆر ڕقی هەستا و لە تووڕەیی خۆیدا گڕی گرت. 12
ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
نەریتی پاشا وا بوو ڕاوێژ بە شارەزایانی یاسا و دادوەری بکات. ئیتر پاشا پرسی بەو دانایانە کرد کە شارەزای ڕۆژگارن، 13
ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
ئەوانەی لێی نزیک بوون ئەمانە بوون: کەرشەنا، شیتار، ئەدماتا، تەرشیش، مەرەس، مەرسەنا، مەموخان، کە حەوت سەرکردەی فارس و مادی بوون و هەمیشە چاویان بە پاشا دەکەوت، بەرزترین پلە و پایەیان هەبوو لە پاشایەتییەکەدا. 14
ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
پاشا پرسیاری کرد: «بەپێی یاسا چی لە شاژنە ڤەشتی بکرێت؟ لەبەر ئەوەی گوێڕایەڵی ئەو فەرمانەی ئەحەشوێرۆشی پاشای نەبوو کە کاربەدەستەکان پێیان ڕاگەیاند.» 15
(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
مەموخان لەبەردەم پاشا و سەرکردەکان گوتی: «شاژنە ڤەشتی بە تەنها هەڵەی دەرهەق بە پاشا نەکردووە، بەڵکو دەرهەق بە هەموو سەرکردەکان و هەموو ئەو گەلانەی کە لە هەرێمەکانی ئەحەشوێرۆش پاشادان، 16
ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
چونکە هەواڵی شاژن بە هەموو ژنەکان دەگاتەوە و بەو شێوەیە بێزیان لە مێردەکانیان دەبێتەوە، دەگوترێت:”ئەحەشوێرۆشی پاشا فەرمانی دا شاژنە ڤەشتی بهێننە بەردەمی، کەچی ئەو نەهاتووە.“ 17
କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।
هەروەها هەر ئەمڕۆ خانمەکانی فارس و مادی کە هەواڵی شاژنیان پێ گەیشتووەتەوە هەمان شت بە هەموو سەرکردەکانی پاشا دەڵێن، بەمەش بێزلێبوونەوە و تووڕەیی بڵاو دەبێتەوە. 18
ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
«لەبەر ئەوە ئەگەر پاشا پێی خۆشە، با بڕیارێکی شاهانە لەلای خۆیەوە دەربکات و بڕیارەکە لە یاساکانی فارس و مادی بنووسرێت بۆ ئەوەی دەستکاری نەکرێت، بەوەی کە نابێت چیتر ڤەشتی بێتە بەردەم ئەحەشوێرۆش پاشا. پاشاش پلەی شاژنیێتی بە یەکێکی چاکتر لەو بدات. 19
ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।
بەو شێوەیە فەرمانەکەی پاشا لەناو هەموو شانشینە مەزنەکە ڕادەگەیەنرێت، هەموو ژنانیش بە ڕێزەوە هەڵسوکەوت لەگەڵ مێردەکانیان دەکەن، لە گەورەیانەوە هەتا بچووکیان.» 20
ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
پاشا و سەرکردەکان ئەو قسەیەیان پێ باش بوو، پاشا بەپێی قسەکەی مەموخانی کرد. 21
ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।
نامەی بۆ هەموو هەرێمەکان و هەموو گەلەکانی پاشایەتییەکەی نارد، هەریەکە و بە زمان و ڕێنووسی خۆیان و ڕایگەیاند کە دەبێت هەموو پیاوێک گەورەی ماڵەکەی خۆی بێت و بە زمانی نەتەوەکەی خۆی ئەم بڕیارە ڕابگەیەنێت. 22
ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।

< ئەستێر 1 >