< دەرچوون 17 >
هەموو کۆمەڵی نەوەی ئیسرائیل لە چۆڵەوانی سینەوە کۆچیان کرد، بەگوێرەی کۆچەکانیان کاتێک یەزدان فەرمانی پێ دەکردن، لە ڕەفیدیم لایاندا، بەڵام ئاو نەبوو بۆ خواردنەوە بۆ گەل. | 1 |
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
جا گەل کردیان بە دەمەقاڵێ لەگەڵ موسا و گوتیان: «ئاومان بدەنێ بیخۆینەوە.» موساش وەڵامی دانەوە: «بۆچی دەمەقاڵێم لەگەڵ دەکەن؟ بۆچی یەزدان تاقی دەکەنەوە؟» | 2 |
ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”
بەڵام گەل لەوێ تینوویان بوو و کەوتنە بۆڵەبۆڵ لەسەر موسا. گوتیان: «بۆچی ئێمەت لە میسرەوە هێنایە دەرەوە، هەتا خۆمان و منداڵ و مەڕوماڵاتمان بە تینووێتی بمرین؟» | 3 |
ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”
ئیتر موسا هاواری بۆ یەزدان کرد و گوتی: «چی لەم گەلە بکەم؟ پاش کەمێکی دیکە بەردبارانم دەکەن.» | 4 |
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
یەزدانیش بە موسای فەرموو: «لەپێش گەلدا بڕۆ و هەندێک پیری ئیسرائیل لەگەڵ خۆت ببە و ئەو گۆچانەش کە پێی لە ڕووباری نیلت دا لەگەڵ دەستت بیبە و بڕۆ. | 5 |
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।
من لەپێشت لەوێ لەسەر ئەو تاشەبەردە لە حۆرێڤ وەستاوم. لە تاشەبەردەکە دەدەیت، ئاوی لێ هەڵدەقوڵێت و گەل دەیخۆنەوە.» موساش بەم جۆرەی کرد لەبەرچاوی پیرانی ئیسرائیل. | 6 |
ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
ئەو شوێنەیان ناونا مەسا و مەریبا، لەبەر دەمەقاڵێی نەوەی ئیسرائیل و لەبەر ئەوەی یەزدانیان تاقی کردەوە و گوتیان «ئایا یەزدان لەنێوانمانە یان نا؟» | 7 |
ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”
عەمالێقییەکان هاتن و شەڕیان لەگەڵ ئیسرائیل کرد لە ڕەفیدیم. | 8 |
ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
موساش بە یەشوعی گوت: «چەند پیاوێکمان بۆ هەڵبژێرە و بڕۆ لە دژی عەمالێقییەکان شەڕ بکە، من بەیانی لەسەر سەری گردەکە دەوەستم و گۆچانەکەی خوداش لە دەستم دەبێت.» | 9 |
ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”
یەشوعیش بە قسەی موسای کرد، لە دژی عەمالێقییەکان جەنگا، موسا و هارون و حووریش سەرکەوتنە سەر گردەکە. | 10 |
ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
ئەوە بوو کاتێک موسا دەستی بەرز دەکردەوە، نەوەی ئیسرائیل سەردەکەوتن، بەڵام کاتێک دەستی دەهێنایە خوارەوە، عەمالێقییەکان سەردەکەوتن. | 11 |
ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
کاتێک دەستەکانی موسا قورس بوون، بەردێکیان هێنا و خستیانە ژێری و ئەویش لەسەری دانیشت. ئینجا هارون و حوور یەکێکیان لەم لاوە و ئەوی دیکە لەو لاوە دەستیان گرت، ئیتر هەتا ئاوابوونی خۆر دەستەکانی بە بەرزکراوەیی مایەوە. | 12 |
ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
یەشوعیش بە شمشێر عەمالێق و لەشکرەکەی بەزاند. | 13 |
ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
یەزدانیش بە موسای فەرموو: «ئەمە وەک یاداشتێک لە پەڕەیەک بنووسە و بۆ یەشوعی بخوێنەوە، چونکە بە تەواوی یادگاری عەمالێق لەژێر ئاسمان دەسڕمەوە.» | 14 |
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
موساش قوربانگایەکی دروستکرد و ناوی لێنا «یەزدان ئاڵای منە» و | 15 |
ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।
گوتی: «لەبەر ئەوەی عەمالێق دەستی بەرزکردووەتەوە لە دژی تەختی یەزدان، یەزدان نەوە لەدوای نەوە لە دژی عەمالێق لە جەنگدا دەبێت.» | 16 |
ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”