< حەبەقوق 1 >

ئەو سروشەی کە بۆ حەبەقوقی پێغەمبەر هات. 1
ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।
ئەی یەزدان، هەتا کەی هانات بۆ بهێنم و تۆش گوێ ناگریت؟ هەتا کەی لە دەست ستەم هاوارت بۆ دەهێنم و تۆش ڕزگار ناکەیت؟ 2
ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
بۆ چی ناڕەواییم پیشان دەدەیت؟ بۆ چی بەرگەی خراپە دەگریت؟ وێرانکردن و ستەم لەبەردەممە، ناکۆکی و ڕکابەری سەرهەڵدەدات. 3
ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
لەبەر ئەوە تەورات لەکارخراوە و دادپەروەری قەد سەرکەوتوو نابێت. خراپەکار گەمارۆی کەسی ڕاستودروستی دا، لەبەر ئەوە دادپەروەری دەشێوێنرێت. 4
ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
«تەماشای نەتەوەکان بکەن و سەرنج بدەن، بە تەواوی سەرسام بن، چونکە لە سەردەمی ئێوەدا کارێکی وا دەکەم، ئەگەر باس بکرێت باوەڕ ناکەن. 5
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
من بابلییەکان هەڵدەستێنمەوە، گەلێکی دڵڕەق و بە پەلە، بە فراوانی زەوی ڕێگای گرتووەتەبەر، بۆ داگیرکردنی ئەو نشینگانەی کە هی خۆی نییە. 6
କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
تۆقێنەر و ترسێنەرە، خۆیان حوکم دادەنێن و شکۆی خۆیان دەسەپێنن. 7
ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
ئەسپەکانیان لە پڵنگ بەتاوترن و لە گورگی ئێواران توندوتیژترن، سوارەکانی بە پڕتاوی لە دوورەوە دێن، وەک هەڵۆیەکی بە پەلە بۆ خواردن دەفڕن. 8
ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।
هەموو بۆ ستەمکاری دێن، ئاپۆرەکەیان وەک بای ڕۆژهەڵات بەرەو پێش دەچێت، وەک لم دیل کۆدەکەنەوە. 9
ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।
گاڵتە بە پاشایان دەکەن و میران دەکەنە گاڵتەجاڕ، بە هەموو شارێکی قەڵابەند پێدەکەنن، خۆڵ دەکەنە گرد و دەیگرن. 10
ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।
ئینجا وەک با هەڵدەکەن و دەڕۆن، تاوانبارن، هێزی خۆیان دەپەرستن.» 11
ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।
ئەی یەزدان، ئایا تۆ لە ئەزەلەوە نیت؟ خودای من، پیرۆزەکەم، تۆ هەرگیز نامریت. ئەی یەزدان، بابلییەکانت بۆ جێبەجێکردنی حوکمەکانت دانا، ئەی تاشەبەرد، ئەرکی سزادانت بەوان سپاردووە. 12
ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
چاوەکانت لەوە پاکترن تەماشای خراپە بکەن، ناتوانیت بەرگەی خراپەکاری بگریت. کەواتە بۆچی بەرگەی ناپاکەکان دەگریت؟ بۆچی بێدەنگ دەبیت کاتێک بەدکار کەسێکی لە خۆی ڕاستودروستتر قووت دەدات؟ 13
ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?
مرۆڤ وەک ماسی دەریا لێدەکەیت، وەک بوونەوەری ئاوی کە فەرمانڕەوای نییە. 14
ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?
دوژمنی خراپەکار بە قولاپەکەی هەمووان سەردەخات، بە تۆڕەکەی ڕاویان دەکات، لەناو تۆڕەکەی کۆیان دەکاتەوە، لەبەر ئەوە شاد و دڵخۆشە. 15
ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
هەر لەبەر ئەوەش قوربانی بۆ تۆڕەکەی سەردەبڕێت و بخووری بۆ دەسووتێنێت، چونکە بەهۆی تۆڕەکەیەوە خۆش ڕادەبوێرێت و خواردنەکەی چەورە. 16
ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।
هەتا کەی بەردەوام دەبێ لەوەی بە تۆڕەکەی ڕاو بکات، بە بێ بەزەیی نەتەوەکان لەناوببات؟ 17
ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?

< حەبەقوق 1 >