< زەکەریا 12 >
ئەمە فەرمایشتی یەزدانە بە سروش سەبارەت بە ئیسرائیل. یەزدان، ئەوەی کە ئاسمانی ڕاخستووە، زەوی دامەزراندووە، شێوەی ڕۆحی مرۆڤی لە ناخی مرۆڤدا کێشاوە، ئەمە دەفەرموێت: | 1 |
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
«من خەریکم ئۆرشەلیم دەکەمە جامێک هەموو گەلانی دەوروبەری سەرخۆش دەکات. یەهودا و ئۆرشەلیمیش گەمارۆ دەدرێن. | 2 |
“ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
لەو ڕۆژەدا کاتێک هەموو گەلانی زەوی لە دژی ئەو کۆدەبنەوە، ئۆرشەلیم بۆ هەموو گەلان دەکەمە بەردێکی قورس. ئەوەی بییەوێت بیجوڵێنێت خۆی بریندار دەکات.» | 3 |
ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
یەزدان دەفەرموێت: «لەو ڕۆژەدا هەموو ئەسپێک تووشی سەرلێشێوان دەکەم و سوارەکەشی تووشی شێتی دەکەم. چاودێری بنەماڵەی یەهودا دەکەم، هەموو ئەسپی گەلان تووشی کوێری دەکەم. | 4 |
ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।
ئینجا سەرکردەکانی یەهودا لە دڵی خۆیاندا دەڵێن:”خەڵکی ئۆرشەلیم بەهێزن، چونکە یەزدانی سوپاسالار خودایانە.“ | 5 |
ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
«لەو ڕۆژەدا سەرکردەکانی یەهودا وەک ئاگردانێک لێ دەکەم لەنێو کۆمەڵە دار و وەک مەشخەڵێکی ئاگر لەنێو مەڵۆ، جا بەلای ڕاست و بەلای چەپدا دەست دەکەن بە خواردنی هەموو گەلانی دەوروبەریان، بەڵام ئۆرشەلیم لە جێی خۆی بە سەلامەتی دەمێنێتەوە. | 6 |
ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
«یەزدان سەرەتا گەلی یەهودا ڕزگار دەکات، بۆ ئەوەی شان و شکۆی بنەماڵەی داود و خەڵکی ئۆرشەلیم لەسەر یەهودا گەورەتر نەبن. | 7 |
ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
لەو ڕۆژەدا یەزدان دانیشتووانی ئۆرشەلیم دەپارێزێت، ئەوەی لاوازە لەنێویان وەک داودی لێدێت، ماڵی داودیش وەک خودای لێدێت، وەک فریشتەی یەزدان لەپێشیان دەڕوات. | 8 |
ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
لەو ڕۆژەدا مکوڕ دەبم لەسەر لەناوبردنی هەموو ئەو نەتەوانەی کە هێرش دەکەنە سەر ئۆرشەلیم. | 9 |
ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।
«ڕۆحی میهرەبانی و پاڕانەوە بەسەر بنەماڵەی داود و بەسەر دانیشتووانی ئۆرشەلیمدا دەبارێنم. جا تەماشای من دەکەن، ئەوەی کە ڕمیان لێداوە، هەروەها شیوەنی بۆ دەگێڕن وەک کەسێک شیوەن بۆ تاقانەکەی بگێڕێت، زۆر دەگریێن، هەروەک گریان بۆ نۆبەرەیەک. | 10 |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
لەو ڕۆژەدا شیوەنێکی گەورە لە ئۆرشەلیم دەبێت، وەک شیوەنی هەدەد ڕیمۆن لە دەشتی مەگیدۆ. | 11 |
ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।
خاکەکە شیوەن دەگێڕێت، خێڵ بە خێڵ هەریەکە و بە جیا: خێڵی بنەماڵەی داود و ژنەکانیان، خێڵی بنەماڵەی ناتان و ژنەکانیان، | 12 |
ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
خێڵی بنەماڵەی لێڤی و ژنەکانیان، خێڵی شیمعی و ژنەکانیان. | 13 |
ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
هەموو ئەو خێڵانەی مابوونەوە خێڵ بە خێڵ بە جیا و ژنەکانیشیان بە جیا. | 14 |
ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।