< زەکەریا 7 >

لە چوارەم ساڵی داریوشی پاشا، لە چواری مانگی نۆ لە کیسلێڤ فەرمایشتی یەزدان بۆ زەکەریا هات. 1
ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
خەڵکی بێت‌ئێل شەرئەچەر و ڕەگەم‌مەلەخیان لەگەڵ پیاوەکانیان نارد بۆ ئەوەی لە یەزدان بپاڕێنەوە، 2
ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
بۆ ئەوەی لە کاهینەکانی ماڵی یەزدانی سوپاسالار و لە پێغەمبەرەکان بپرسن: «ئایا لە مانگی پێنجدا بگریێین و خۆمان تەرخان بکەین، هەروەک ئەم چەند ساڵەی ڕابردوو کردوومانە؟» 3
ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
ئینجا فەرمایشتی یەزدانی سوپاسالارم بۆ هات: 4
ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
«بە هەموو گەلی خاکەکە و بە کاهینەکان بڵێ:”کاتێک بە ڕۆژوو بوون و شیوەنتان گێڕا، لە مانگی پێنج و مانگی حەوت، لە ماوەی حەفتا ساڵی ڕابردوو، ئایا بەڕاستی بۆ من بەڕۆژوو بوون؟ 5
ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
ئەی کە دەتانخوارد و دەتانخواردەوە، ئایا بۆ خۆتان نەبوو ئاهەنگتان دەگێڕا؟ 6
ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
ئایا هەمان ئەو پەیامە نەبوو کە یەزدان لە ڕێگەی پێغەمبەرەکانی پێشووەوە ڕایگەیاند، لە کاتێکدا کە ئۆرشەلیم ئاوەدان و ئارام بوو، شارۆچکەکانی دەوروبەری و نەقەب و زوورگەکانی یەهودا ئاوەدان بوون؟“» 7
ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
ئینجا فەرمایشتی یەزدان بۆ زەکەریا هات: 8
ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
«یەزدانی سوپاسالار ئەمە دەفەرموێت:”بە دادپەروەری ڕاستەقینە حوکم بدەن، لەگەڵ یەکتری میهرەبان و بە بەزەیی بن. 9
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
بێوەژن و هەتیو، نامۆ و هەژار مەچەوسێننەوە، لە دڵەوە بیر لە خراپە مەکەنەوە بەرامبەر بە یەکتری.“ 10
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
«بەڵام نەیانویست گوێ شل بکەن، شانی یاخبوونیان دایەبەر، خۆیان کەڕ کرد. 11
ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
دڵیان وەک بەردەئەستێ ڕەقکرد نەوەک گوێیان لە فێرکردنەکان و لەو وشانە بێت کە یەزدانی سوپاسالار بە ڕۆحی خۆی لە ڕێگەی پێغەمبەرەکانی پێشووەوە ناردی. ئیتر یەزدانی سوپاسالار زۆر تووڕە بوو. 12
ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
«یەزدانی سوپاسالار دەفەرموێت:”چۆن بانگم کرد و گوێیان نەگرت، ئەوانیش ئاوا نزا دەکەن و گوێ ناگرم. 13
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
بە ڕەشەبایەک بەناو هەموو نەتەوەکاندا پەرتوبڵاوم کردنەوە و لەوێ نامۆ بوون. لەپاش ئەوان زەوییەکە وێران بوو و کەس هاتوچۆی پێیدا نەکرد. بەم جۆرە خاکی شادییان وێران کرد.“» 14
ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”

< زەکەریا 7 >