< Ii Paralipomenon 15 >

1 Azarias autem filius Oded, facto in se spiritu Dei,
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
2 egressus est in occursum Asa, et dixit ei: Audite me, Asa, et omnis Juda et Benjamin: Dominus vobiscum, quia fuistis cum eo. Si quæsieritis eum, invenietis: si autem dereliqueritis eum, derelinquet vos.
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
3 Transibant autem multi dies in Israël absque Deo vero, et absque sacerdote doctore, et absque lege.
ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
4 Cumque reversi fuerint in angustia sua ad Dominum Deum Israël, et quæsierint eum, reperient eum.
ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
5 In tempore illo, non erit pax egredienti et ingredienti, sed terrores undique in cunctis habitatoribus terrarum:
ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
6 pugnavit enim gens contra gentem, et civitas contra civitatem, quia Dominus conturbabit eos in omni angustia.
ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
7 Vos ergo confortamini, et non dissolvantur manus vestræ: erit enim merces operi vestro.
ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”
8 Quod cum audisset Asa, verba scilicet, et prophetiam Azariæ filii Oded prophetæ, confortatus est, et abstulit idola de omni terra Juda et de Benjamin, et ex urbibus quas ceperat, montis Ephraim: et dedicavit altare Domini quod erat ante porticum Domini.
ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
9 Congregavitque universum Judam et Benjamin, et advenas cum eis de Ephraim, et de Manasse, et de Simeon: plures enim ad eum confugerant ex Israël, videntes quod Dominus Deus illius esset cum eo.
ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।
10 Cumque venissent in Jerusalem mense tertio, anno decimoquinto regni Asa,
ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।
11 immolaverunt Domino in die illa de manubiis et præda quam adduxerant, boves septingentos, et arietes septem millia.
ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
12 Et intravit ex more ad corroborandum fœdus ut quærerent Dominum Deum patrum suorum in toto corde, et in tota anima sua.
ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
13 Si quis autem, inquit, non quæsierit Dominum Deum Israël, moriatur, a minimo usque ad maximum, a viro usque ad mulierem.
ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।
14 Juraveruntque Domino voce magna in jubilo, et in clangore tubæ, et in sonitu buccinarum,
ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।
15 omnes qui erant in Juda, cum execratione: in omni enim corde suo juraverunt, et in tota voluntate quæsierunt eum, et invenerunt: præstititque eis Dominus requiem per circuitum.
ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
16 Sed et Maacham matrem Asa regis ex augusto deposuit imperio, eo quod fecisset in luco simulacrum Priapi: quod omne contrivit, et in frustra comminuens combussit in torrente Cedron.
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।
17 Excelsa autem derelicta sunt in Israël: attamen cor Asa erat perfectum cunctis diebus ejus,
ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।
18 eaque quæ voverat pater suus, et ipse, intulit in domum Domini, argentum, et aurum, vasorumque diversam supellectilem.
ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।
19 Bellum vero non fuit usque ad trigesimum quintum annum regni Asa.
ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।

< Ii Paralipomenon 15 >