< Ii Regum 21 >
1 Duodecim annorum erat Manasses cum regnare cœpisset, et quinquaginta quinque annis regnavit in Jerusalem: nomen matris ejus Haphsiba.
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।
2 Fecitque malum in conspectu Domini, juxta idola gentium quas delevit Dominus a facie filiorum Israël.
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
3 Conversusque est, et ædificavit excelsa quæ dissipaverat Ezechias pater ejus: et erexit aras Baal, et fecit lucos sicut fecerat Achab rex Israël, et adoravit omnem militiam cæli, et coluit eam.
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
4 Exstruxitque aras in domo Domini, de qua dixit Dominus: In Jerusalem ponam nomen meum.
“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
5 Et exstruxit altaria universæ militiæ cæli in duobus atriis templi Domini.
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।
6 Et traduxit filium suum per ignem: et ariolatus est, et observavit auguria, et fecit pythones, et aruspices multiplicavit, ut faceret malum coram Domino, et irritaret eum.
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
7 Posuit quoque idolum luci quem fecerat, in templo Domini, super quod locutus est Dominus ad David, et ad Salomonem filium ejus: In templo hoc, et in Jerusalem quam elegi de cunctis tribubus Israël, ponam nomen meum in sempiternum.
ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
8 Et ultra non faciam commoveri pedem Israël de terra quam dedi patribus eorum: si tamen custodierint opere omnia quæ præcepi eis, et universam legem quam mandavit eis servus meus Moyses.
ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”
9 Illi vero non audierunt: sed seducti sunt a Manasse, ut facerent malum super gentes quas contrivit Dominus a facie filiorum Israël.
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
10 Locutusque est Dominus in manu servorum suorum prophetarum, dicens:
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,
11 Quia fecit Manasses rex Juda abominationes istas pessimas, super omnia quæ fecerunt Amorrhæi ante eum, et peccare fecit etiam Judam in immunditiis suis:
“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।
12 propterea hæc dicit Dominus Deus Israël: Ecce ego inducam mala super Jerusalem et Judam, ut quicumque audierit, tinniant ambæ aures ejus.
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
13 Et extendam super Jerusalem funiculum Samariæ, et pondus domus Achab: et delebo Jerusalem, sicut deleri solent tabulæ: et delens vertam, et ducam crebrius stylum super faciem ejus.
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
14 Dimittam vero reliquias hæreditatis meæ, et tradam eas in manus inimicorum ejus, eruntque in vastitatem, et in rapinam cunctis adversariis suis:
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
15 eo quod fecerint malum coram me, et perseveraverint irritantes me, ex die qua egressi sunt patres eorum ex Ægypto usque ad hanc diem.
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”
16 Insuper et sanguinem innoxium fudit Manasses multum nimis, donec impleret Jerusalem usque ad os: absque peccatis suis quibus peccare fecit Judam, ut faceret malum coram Domino.
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
17 Reliqua autem sermonum Manasse, ut universa quæ fecit, et peccatum ejus quod peccavit, nonne hæc scripta sunt in libro sermonum dierum regum Juda?
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
18 Dormivitque Manasses cum patribus suis, et sepultus est in horto domus suæ, in horto Oza: et regnavit Amon filius ejus pro eo.
ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ।
19 Viginti duorum annorum erat Amon cum regnare cœpisset: duobus quoque annis regnavit in Jerusalem: nomen matris ejus Messalemeth filia Harus de Jeteba.
ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।
20 Fecitque malum in conspectu Domini, sicut fecerat Manasses pater ejus.
ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
21 Et ambulavit in omni via per quam ambulaverat pater ejus, servivitque immunditiis quibus servierat pater ejus, et adoravit eas:
ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।
22 et dereliquit Dominum Deum patrum suorum, et non ambulavit in via Domini.
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
23 Tetenderuntque ei insidias servi sui, et interfecerunt regem in domo sua.
ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
24 Percussit autem populus terræ omnes qui conjuraverant contra regem Amon, et constituerunt sibi regem Josiam filium ejus pro eo.
ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
25 Reliqua autem sermonum Amon quæ fecit, nonne hæc scripta sunt in libro sermonum dierum regum Juda?
ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
26 Sepelieruntque eum in sepulchro suo, in horto Oza: et regnavit Josias filius ejus pro eo.
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।