< Petri Ii 1 >
1 Simon Petrus, servus et apostolus Jesu Christi, iis qui coæqualem nobiscum sortiti sunt fidem in justitia Dei nostri, et Salvatoris Jesu Christi.
ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 Gratia vobis, et pax adimpleatur in cognitione Dei, et Christi Jesu Domini nostri:
ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।
3 Quomodo omnia nobis divinæ virtutis suæ, quæ ad vitam et pietatem donata sunt, per cognitionem ejus, qui vocavit nos propria gloria, et virtute,
ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
4 per quem maxima, et pretiosa nobis promissa donavit: ut per hæc efficiamini divinæ consortes naturæ: fugientes ejus, quæ in mundo est, concupiscentiæ corruptionem.
ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
5 Vos autem curam omnem subinferentes, ministrate in fide vestra virtutem, in virtute autem scientiam,
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ,
6 in scientia autem abstinentiam, in abstinentia autem patientiam, in patientia autem pietatem,
ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,
7 in pietate autem amorem fraternitatis, in amore autem fraternitatis caritatem.
ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
8 Hæc enim si vobiscum adsint, et superent, non vacuos nec sine fructu vos constituent in Domini nostri Jesu Christi cognitione.
ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
9 Cui enim non præsto sunt hæc, cæcus est, et manu tentans, oblivionem accipiens purgationis veterum suorum delictorum.
ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି।
10 Quapropter fratres, magis satagite ut per bona opera certam vestram vocationem, et electionem faciatis: hæc enim facientes, non peccabitis aliquando.
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।
11 Sic enim abundanter ministrabitur vobis introitus in æternum regnum Domini nostri et Salvatoris Jesu Christi. (aiōnios )
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ। (aiōnios )
12 Propter quod incipiam vos semper commonere de his: et quidem scientes et confirmatos vos in præsenti veritate.
ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
13 Justum autem arbitror quamdiu sum in hoc tabernaculo, suscitare vos in commonitione:
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
14 certus quod velox est depositio tabernaculi mei secundum quod et Dominus noster Jesus Christus significavit mihi.
ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।
15 Dabo autem operam et frequenter habere vos post obitum meum, ut horum memoriam faciatis.
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।
16 Non enim doctas fabulas secuti notam fecimus vobis Domini nostri Jesu Christi virtutem et præsentiam: sed speculatores facti illius magnitudinis.
କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।
17 Accipiens enim a Deo Patre honorem et gloriam, voce delapsa ad eum hujuscemodi a magnifica gloria: Hic est Filius meus dilectus, in quo mihi complacui, ipsum audite.
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
18 Et hanc vocem nos audivimus de cælo allatam, cum essemus cum ipso in monte sancto.
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।
19 Et habemus firmiorem propheticum sermonem: cui benefacitis attendentes quasi lucernæ lucenti in caliginoso loco donec dies elucescat, et lucifer oriatur in cordibus vestris:
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
20 hoc primum intelligentes quod omnis prophetia Scripturæ propria interpretatione non fit.
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
21 Non enim voluntate humana allata est aliquando prophetia: sed Spiritu Sancto inspirati, locuti sunt sancti Dei homines.
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।