< Deuteronomii 34 >

1 Ascendit ergo Moyses de campestribus Moab super montem Nebo, in verticem Phasga contra Jericho: ostenditque ei Dominus omnem terram Galaad usque Dan,
ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
2 et universum Nephthali, terramque Ephraim et Manasse, et omnem terram Juda usque ad mare novissimum,
ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
3 et australem partem, et latitudinem campi Jericho civitatis palmarum usque Segor.
ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।
4 Dixitque Dominus ad eum: Hæc est terra, pro qua juravi Abraham, Isaac, et Jacob, dicens: Semini tuo dabo eam. Vidisti eam oculis tuis, et non transibis ad illam.
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
5 Mortuusque est ibi Moyses servus Domini, in terra Moab, jubente Domino:
ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
6 et sepelivit eum in valle terræ Moab contra Phogor: et non cognovit homo sepulchrum ejus usque in præsentem diem.
ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।
7 Moyses centum et viginti annorum erat quando mortuus est: non caligavit oculus ejus, nec dentes illius moti sunt.
ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।
8 Fleveruntque eum filii Israël in campestribus Moab triginta diebus: et completi sunt dies planctus lugentium Moysen.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
9 Josue vero filius Nun repletus est spiritu sapientiæ, quia Moyses posuit super eum manus suas. Et obedierunt ei filii Israël, feceruntque sicut præcepit Dominus Moysi.
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
10 Et non surrexit ultra propheta in Israël sicut Moyses, quem nosset Dominus facie ad faciem,
ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
11 in omnibus signis atque portentis, quæ misit per eum, ut faceret in terra Ægypti Pharaoni, et omnibus servis ejus, universæque terræ illius,
ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,
12 et cunctam manum robustam, magnaque mirabilia, quæ fecit Moyses coram universo Israël.
ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

< Deuteronomii 34 >