< Exodus 21 >
1 Hæc sunt judicia quæ propones eis.
ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା,
2 Si emeris servum hebræum, sex annis serviet tibi: in septimo egredietur liber gratis.
ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
3 Cum quali veste intraverit, cum tali exeat: si habens uxorem, et uxor egredietur simul.
ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।
4 Sin autem dominus dederit illi uxorem, et pepererit filios et filias: mulier et liberi ejus erunt domini sui, ipse vero exibit cum vestitu suo.
ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।
5 Quod si dixerit servus: Diligo dominum meum et uxorem ac liberos; non egrediar liber:
ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ,
6 offeret eum dominus diis, et applicabitur ad ostium et postes, perforabitque aurem ejus subula: et erit ei servus in sæculum.
ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।
7 Si quis vendiderit filiam suam in famulam, non egredietur sicut ancillæ exire consueverunt.
ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।
8 Si displicuerit oculis domini sui cui tradita fuerat, dimittet eam: populo autem alieno vendendi non habebit potestatem, si spreverit eam.
ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।
9 Sin autem filio suo desponderit eam, juxta morem filiarum faciet illi.
କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।
10 Quod si alteram ei acceperit, providebit puellæ nuptias, et vestimenta, et pretium pudicitiæ non negabit.
ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।
11 Si tria ista non fecerit, egredietur gratis absque pecunia.
ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
12 Qui percusserit hominem volens occidere, morte moriatur.
କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।
13 Qui autem non est insidiatus, sed Deus illum tradidit in manus ejus, constituam tibi locum in quem fugere debeat.
ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।
14 Si quis per industriam occiderit proximum suum, et per insidias: ab altari meo evelles eum, ut moriatur.
ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
15 Qui percusserit patrem suum aut matrem, morte moriatur.
ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
16 Qui furatus fuerit hominem, et vendiderit eum, convictus noxæ, morte moriatur.
ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
17 Qui maledixerit patri suo, vel matri, morte moriatur.
ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
18 Si rixati fuerint viri, et percusserit alter proximum suum lapide vel pugno, et ille mortuus non fuerit, sed jacuerit in lectulo:
ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
19 si surrexerit, et ambulaverit foris super baculum suum, innocens erit qui percusserit, ita tamen ut operas ejus et impensas in medicos restituat.
ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
20 Qui percusserit servum suum, vel ancillam virga, et mortui fuerint in manibus ejus, criminis reus erit.
ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।
21 Sin autem uno die vel duobus supervixerit, non subjacebit pœnæ, quia pecunia illius est.
ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ।
22 Si rixati fuerint viri, et percusserit quis mulierem prægnantem, et abortivum quidem fecerit, sed ipsa vixerit: subjacebit damno quantum maritus mulieris expetierit, et arbitri judicaverint.
ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।
23 Sin autem mors ejus fuerit subsecuta, reddet animam pro anima,
ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,
24 oculum pro oculo, dentem pro dente, manum pro manu, pedem pro pede,
ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,
25 adustionem pro adustione, vulnus pro vulnere, livorem pro livore.
ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।
26 Si percusserit quispiam oculum servi sui aut ancillæ, et luscos eos fecerit, dimittet eos liberos pro oculo quem eruit.
ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।
27 Dentem quoque si excusserit servo vel ancillæ suæ, similiter dimittet eos liberos.
ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରିଦେବ।
28 Si bos cornu percusserit virum aut mulierem, et mortui fuerint, lapidibus obruetur: et non comedentur carnes ejus, dominus quoque bovis innocens erit.
ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।
29 Quod si bos cornupeta fuerit ab heri et nudiustertius, et contestati sunt dominum ejus, nec recluserit eum, occideritque virum aut mulierem: et bos lapidibus obruetur, et dominum ejus occident.
ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।
30 Quod si pretium fuerit ei impositum, dabit pro anima sua quidquid fuerit postulatus.
ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।
31 Filium quoque et filiam si cornu percusserit, simili sententiæ subjacebit.
ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।
32 Si servum ancillamque invaserit, triginta siclos argenti domino dabit, bos vero lapidibus opprimetur.
କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।
33 Si quis aperuerit cisternam, et foderit, et non operuerit eam, cecideritque bos aut asinus in eam,
ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,
34 reddet dominus cisternæ pretium jumentorum: quod autem mortuum est, ipsius erit.
ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।
35 Si bos alienus bovem alterius vulneraverit, et ille mortuus fuerit: vendent bovem vivum, et divident pretium, cadaver autem mortui inter se dispertient.
ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।
36 Sin autem sciebat quod bos cornupeta esset ab heri et nudiustertius, et non custodivit eum dominus suus: reddet bovem pro bove, et cadaver integrum accipiet.
ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।