< Hiezechielis Prophetæ 31 >
1 Et factum est in anno undecimo, tertio mense, una mensis: factum est verbum Domini ad me, dicens:
ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 Fili hominis, dic Pharaoni regi Ægypti et populo ejus: [Cui similis factus es in magnitudine tua?
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ?
3 ecce Assur quasi cedrus in Libano, pulcher ramis, et frondibus nemorosus, excelsusque altitudine, et inter condensas frondes elevatum est cacumen ejus.
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
4 Aquæ nutrierunt illum; abyssus exaltavit illum: flumina ejus manabant in circuitu radicum ejus, et rivos suos emisit ad universa ligna regionis.
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
5 Propterea elevata est altitudo ejus super omnia ligna regionis, et multiplicata sunt arbusta ejus, et elevati sunt rami ejus præ aquis multis.
ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
6 Cumque extendisset umbram suam, in ramis ejus fecerunt nidos omnia volatilia cæli: et sub frondibus ejus genuerunt omnes bestiæ saltuum, et sub umbraculo illius habitabat cœtus gentium plurimarum.
ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
7 Eratque pulcherrimus in magnitudine sua, et in dilatatione arbustorum suorum: erat enim radix illius juxta aquas multas.
ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
8 Cedri non fuerunt altiores illo in paradiso Dei; abietes non adæquaverunt summitatem ejus, et platani non fuerunt æquæ frondibus illius: omne lignum paradisi Dei non est assimilatum illi, et pulchritudini ejus.
ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
9 Quoniam speciosum feci eum, et multis condensisque frondibus, et æmulata sunt eum omnia ligna voluptatis quæ erant in paradiso Dei.]
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।
10 [Propterea hæc dicit Dominus Deus: Pro eo quod sublimatus est in altitudine, et dedit summitatem suam virentem atque condensam, et elevatum est cor ejus in altitudine sua:
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
11 tradidi eum in manu fortissimi gentium: faciens faciet ei: juxta impietatem ejus ejeci eum.
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
12 Et succident eum alieni, et crudelissimi nationum, et projicient eum super montes: et in cunctis convallibus corruent rami ejus, et confringentur arbusta ejus in universis rupibus terræ: et recedent de umbraculo ejus omnes populi terræ, et relinquent eum.
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
13 In ruina ejus habitaverunt omnia volatilia cæli, et in ramis ejus fuerunt universæ bestiæ regionis.
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
14 Quam ob rem non elevabuntur in altitudine sua omnia ligna aquarum, nec ponent sublimitatem suam inter nemorosa atque frondosa, nec stabunt in sublimitate sua omnia quæ irrigantur aquis: quia omnes traditi sunt in mortem ad terram ultimam, in medio filiorum hominum, ad eos qui descendunt in lacum.
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।
15 Hæc dicit Dominus Deus: In die quando descendit ad inferos, induxi luctum: operui eum abysso, et prohibui flumina ejus, et coërcui aquas multas: contristatus est super eum Libanus, et omnia ligna agri concussa sunt. (Sheol )
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ। (Sheol )
16 A sonitu ruinæ ejus commovi gentes cum deducerem eum ad infernum cum his qui descendebant in lacum: et consolata sunt in terra infima omnia ligna voluptatis egregia atque præclara in Libano, universa quæ irrigabantur aquis. (Sheol )
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ। (Sheol )
17 Nam et ipsi cum eo descendent in infernum ad interfectos gladio: et brachium uniuscujusque sedebit sub umbraculo ejus in medio nationum. (Sheol )
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ। (Sheol )
18 Cui assimilatus es, o inclyte atque sublimis inter ligna voluptatis? ecce deductus es cum lignis voluptatis ad terram ultimam: in medio incircumcisorum dormies, cum eis qui interfecti sunt gladio: ipse est Pharao, et omnis multitudo ejus, dicit Dominus Deus.]
ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”