< Psalmorum 64 >
1 In finem. Psalmus David. [Exaudi, Deus, orationem meam cum deprecor; a timore inimici eripe animam meam.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
2 Protexisti me a conventu malignantium, a multitudine operantium iniquitatem.
କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3 Quia exacuerunt ut gladium linguas suas; intenderunt arcum rem amaram,
ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
4 ut sagittent in occultis immaculatum.
ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
5 Subito sagittabunt eum, et non timebunt; firmaverunt sibi sermonem nequam. Narraverunt ut absconderent laqueos; dixerunt: Quis videbit eos?
ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
6 Scrutati sunt iniquitates; defecerunt scrutantes scrutinio. Accedet homo ad cor altum,
ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
7 et exaltabitur Deus. Sagittæ parvulorum factæ sunt plagæ eorum,
ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍ ଆହତ ହେବେ।
8 et infirmatæ sunt contra eos linguæ eorum. Conturbati sunt omnes qui videbant eos,
ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9 et timuit omnis homo. Et annuntiaverunt opera Dei, et facta ejus intellexerunt.
ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
10 Lætabitur justus in Domino, et sperabit in eo, et laudabuntur omnes recti corde.]
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।