< Osee Propheta 2 >

1 Dicite fratribus vestris: Populus meus: et sorori vestræ, Misericordiam consecuta.
ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
2 Iudicate matrem vestram, iudicate: quoniam ipsa non uxor mea, et ego non vir eius. Auferat fornicationes suas a facie sua, et adulteria sua de medio uberum suorum.
“ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
3 Ne forte expoliem eam nudam, et statuam eam secundum diem nativitatis suæ: et ponam eam quasi solitudinem, et statuam eam velut terram inviam, et interficiam eam siti.
ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4 Et filiorum illius non miserebor: quoniam filii fornicationum sunt.
ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5 Quia fornicata est mater eorum, confusa est quæ concepit eos: quia dixit: Vadam post amatores meos, qui dant panes mihi, et aquas meas, lanam meam, et linum meum, oleum meum, et potum meum.
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
6 Propter hoc, ecce, ego sepiam viam tuam spinis, et sepiam eam maceria, et semitas suas non inveniet.
ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
7 Et sequetur amatores suos, et non apprehendet eos: et quæret eos, et non inveniet, et dicet: Vadam, et revertar ad virum meum priorem: quia bene mihi erat tunc magis quam nunc.
ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
8 Et hæc nescivit, quia ego dedi ei frumentum, et vinum, et oleum, et argentum multiplicavi ei, et aurum, quæ fecerunt Baal.
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
9 Idcirco convertar, et sumam frumentum meum in tempore suo, et vinum meum in tempore suo, et liberabo lanam meam et linum meum, quæ operiebant ignominiam eius.
ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
10 Et nunc revelabo stultitiam eius in oculis amatorum eius: et vir non eruet eam de manu mea:
ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
11 et cessare faciam omne gaudium eius, sollemnitatem eius, neomeniam eius, sabbatum eius, et omnia festa tempora eius.
ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
12 Et corrumpam vineam eius, et ficum eius: de quibus dixit: Mercedes hæ, meæ sunt, quas dederunt mihi amatores mei: et ponam eam in saltum, et comedet eam bestia agri.
ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
13 Et visitabo super eam dies Baalim, quibus accendebat incensum, et ornabatur inaure sua, et monili suo, et ibat post amatores suos, et mei obliviscebatur, dicit Dominus.
ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
14 Propter hoc, ecce, ego lactabo eam, et ducam eam in solitudinem: et loquar ad cor eius.
ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
15 Et dabo ei vinitores eius ex eodem loco, et Vallem Achor ad aperiendam spem: et canet ibi iuxta dies iuventutis suæ, et iuxta dies ascensionis suæ de Terra Ægypti.
ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
16 Et erit in die illa, ait Dominus: vocabit me: Vir meus: et non vocabit me ultra, Baali.
ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
17 Et auferam nomina Baalim de ore eius, et non recordabitur ultra nominis eorum.
କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
18 Et percutiam cum eis fœdus in die illa, cum bestia agri, et cum volucre cæli, et cum reptili terræ: et arcum, et gladium, et bellum conteram de terra: et dormire eos faciam fiducialiter.
ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
19 Et sponsabo te mihi in sempiternum: et sponsabo te mihi in iustitia, et iudicio, et in misericordia, et in miserationibus.
ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।
20 Et sponsabo te mihi in fide: et scies quia ego Dominus.
ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
21 Et erit in die illa: Exaudiam, dicit Dominus, exaudiam cælos, et illi exaudient terram.
ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
22 Et terra exaudiet triticum, et vinum, et oleum: et hæc exaudient Iezrahel.
ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
23 Et seminabo eam mihi in terra, et miserebor eius, quæ fuit Absque Misericordia. Et dicam Non Populo Meo: Populus meus es tu: et ipse dicet: Deus meus es tu.
ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”

< Osee Propheta 2 >