< Corinthios I 11 >
1 Imitatores mei estote, sicut et ego Christi.
ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
2 Laudo autem vos fratres quod per omnia mei memores estis: et sicut tradidi vobis, præcepta mea tenetis.
ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।
3 Volo autem vos scire quod omnis viri caput, Christus est: caput autem mulieris, vir: caput vero Christi, Deus.
କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।
4 Omnis vir orans, aut prophetans velato capite, deturpat caput suum.
ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।
5 Omnis autem mulier orans, aut prophetans non velato capite, deturpat caput suum: unum enim est ac si decalvetur.
କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।
6 Nam si non velatur mulier, tondeatur. Si vero turpe est mulieri tonderi, aut decalvari, velet caput suum.
କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।
7 Vir quidem non debet velare caput suum: quoniam imago et gloria Dei est, mulier autem gloria viri est.
ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ।
8 Non enim vir ex muliere est, sed mulier ex viro.
କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି।
9 Etenim non est creatus vir propter mulierem, sed mulier propter virum.
ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।
10 Ideo debet mulier potestatem habere supra caput propter Angelos.
ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ।
11 Verumtamen neque vir sine muliere: neque mulier sine viro in Domino.
ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,
12 Nam sicut mulier de viro, ita et vir per mulierem: omnia autem ex Deo.
ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।
13 Vos ipsi iudicate: decet mulierem non velatam orare Deum?
ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?
14 Nec ipsa natura docet vos, quod vir quidem si comam nutriat, ignominia est illi:
ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,
15 mulier vero si comam nutriat, gloria est illi: quoniam capilli pro velamine ei dati sunt.
କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।
16 Si quis autem videtur contentiosus esse: nos talem consuetudinem non habemus, neque Ecclesia Dei.
କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ।
17 Hoc autem præcipio: non laudans quod non in melius, sed in deterius convenitis.
କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି।
18 Primum quidem convenientibus vobis in Ecclesiam, audio scissuras esse inter vos, et ex parte credo.
କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।
19 Nam oportet et hæreses esse, ut et qui probati sunt, manifesti fiant in vobis.
ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
20 Convenientibus ergo vobis in unum, iam non est Dominicam cœnam manducare.
ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
21 Unusquisque enim suam cœnam præsumit ad manducandum. Et alius quidem esurit: alius autem ebrius est.
କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।
22 Numquid domos non habetis ad manducandum, et bibendum? aut Ecclesiam Dei contemnitis, et confunditis eos, qui non habent? Quid dicam vobis? Laudo vos? in hoc non laudo.
କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
23 Ego enim accepi a Domino quod et tradidi vobis, quoniam Dominus Iesus in qua nocte tradebatur, accepit panem,
କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
24 et gratias agens fregit, et dixit: Accipite, et manducate: hoc est corpus meum, quod pro vobis tradetur: hoc facite in meam commemorationem.
“ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
25 Similiter et calicem, postquam cœnavit, dicens: Hic calix novum testamentum est in meo sanguine. hoc facite quotiescumque bibetis, in meam commemorationem.
ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
26 Quotiescumque enim manducabitis panem hunc, et calicem bibetis: mortem Domini annunciabitis donec veniat.
କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।
27 Itaque quicumque manducaverit panem hunc, vel biberit calicem Domini indigne: reus erit corporis, et sanguinis Domini.
ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।
28 Probet autem seipsum homo: et sic de pane illo edat, et de calice bibat.
କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।
29 Qui enim manducat, et bibit indigne, iudicium sibi manducat, et bibit: non diiudicans corpus Domini.
କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।
30 Ideo inter vos multi infirmi et imbecilles, et dormiunt multi.
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।
31 Quod si nosmetipsos diiudicaremus, non utique iudicaremur.
କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।
32 Dum iudicamur autem, a Domino corripimur, ut non cum hoc mundo damnemur.
ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।
33 Itaque fratres mei, cum convenitis ad manducandum, invicem expectate.
ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର।
34 Si quis esurit, domi manducet: ut non in iudicium conveniatis. Cetera autem, cum venero, disponam.
ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।