< Iohannis I 1 >

1 Quod fuit ab initio, quod audivimus, quod vidimus oculis nostris, quod perspeximus, et manus nostræ contrectaverunt de verbo vitæ:
ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
2 et vita manifestata est, et vidimus, et testamur, et annunciamus vobis vitam æternam, quæ erat apud Patrem, et apparuit nobis: (aiōnios g166)
ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ। (aiōnios g166)
3 quod vidimus et audivimus, annunciamus vobis, ut et vos societatem habeatis nobiscum, et societas nostra sit cum Patre, et cum Filio eius Iesu Christo.
ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
4 Et hæc scribimus vobis ut gaudeatis, et gaudium vestrum sit plenum.
ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।
5 Et hæc est annunciatio, quam audivimus ab eo, et annunciamus vobis: Quoniam Deus lux est, et tenebræ in eo non sunt ullæ.
ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
6 Si dixerimus quoniam societatem habemus cum eo, et in tenebris ambulamus, mentimur, et veritatem non facimus.
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
7 Si autem in luce ambulamus sicut et ipse est in luce, societatem habemus ad invicem, et sanguis Iesu Christi, Filii eius, emundat nos ab omni peccato.
କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
8 Si dixerimus quoniam peccatum non habemus, ipsi nos seducimus, et veritas in nobis non est.
ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।
9 Si confiteamur peccata nostra: fidelis est, et iustus, ut remittat nobis peccata nostra, et emundet nos ab omni iniquitate.
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
10 Si dixerimus quoniam non peccavimus: mendacem facimus eum, et verbum eius non est in nobis.
ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।

< Iohannis I 1 >