< Deuteronomii 29 >
1 Hæc sunt verba fœderis quod præcepit Dominus Moysi ut feriret cum filiis Israel in Terra Moab: præter illud fœdus, quod cum eis pepigit in Horeb.
ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
2 Vocavitque Moyses omnem Israel, et dixit ad eos: Vos vidistis universa, quæ fecit Dominus coram vobis in Terra Ægypti Pharaoni, et omnibus servis eius, universæque terræ illius,
ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
3 tentationes magnas, quas viderunt oculi tui, signa illa, portentaque ingentia,
ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,
4 et non dedit vobis Dominus cor intelligens, et oculos videntes, et aures quæ possunt audire, usque in præsentem diem.
ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।
5 Adduxit vos quadraginta annis per desertum: non sunt attrita vestimenta vestra, nec calceamenta pedum vestrorum vetustate consumpta sunt.
ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
6 Panem non comedistis, vinum et siceram non bibistis: ut sciretis quia ego sum Dominus Deus vester.
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
7 Et venistis ad hunc locum: egressusque est Sehon rex Hesebon, et Og rex Basan, occurrentes nobis ad pugnam. Et percussimus eos,
ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।
8 et tulimus terram eorum, ac tradidimus possidendam Ruben et Gad, et dimidiæ tribui Manasse.
ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।
9 Custodite ergo verba pacti huius, et implete ea: ut intelligatis universa quæ facitis.
ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।
10 Vos statis hodie cuncti coram Domino Deo vestro, principes vestri, et tribus, ac maiores natu, atque doctores, omnis populus Israel,
ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;
11 liberi et uxores vestræ, et advena qui tecum moratur in castris, exceptis lignorum cæsoribus, et his, qui comportant aquas:
ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
12 ut transeas in fœdere Domini Dei tui, et in iureiurando quod hodie Dominus Deus tuus percutit tecum:
ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
13 ut suscitet te sibi in populum, et ipse sit Deus tuus sicut locutus est tibi, et sicut iuravit patribus tuis, Abraham, Isaac, et Iacob.
ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
14 Nec vobis solis ego hoc fœdus ferio, et hæc iuramenta confirmo,
ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;
15 sed cunctis præsentibus et absentibus.
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
16 Vos enim nostis quomodo habitaverimus in Terra Ægypti, et quo modo transierimus per medium nationum, quas transeuntes
କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
17 vidistis abominationes et sordes, id est, idola eorum, lignum et lapidem, argentum et aurum, quæ colebant.
ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
18 Ne forte sit inter vos vir aut mulier, familia aut tribus, cuius cor aversum est hodie a Domino Deo nostro: ut vadat et serviat diis illarum Gentium: et sit inter vos radix germinans fel et amaritudinem.
ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
19 Cumque audierit verba iuramenti huius, benedicat sibi in corde suo, dicens: Pax erit mihi, et ambulabo in pravitate cordis mei: et absumat ebria sitientem,
ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
20 et Dominus non ignoscat ei: sed tunc quammaxime furor eius fumet, et zelus contra hominem illum, et sedeant super eum omnia maledicta, quæ scripta sunt in hoc volumine: et deleat Dominus nomen eius sub cælo,
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
21 et consumat eum in perditionem ex omnibus tribubus Israel, iuxta maledictiones, quæ in Libro legis huius ac fœderis continentur.
ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
22 Dicetque sequens generatio, et filii qui nascentur deinceps, et peregrini, qui de longe venerint, videntes plagas Terræ illius, et infirmitates, quibus eam afflixerit Dominus,
ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
23 sulphure, et salis ardore comburens, ita ut ultra non seratur, nec virens quippiam germinet, in exemplum subversionis Sodomæ et Gomorrhæ, Adamæ et Seboim, quas subvertit Dominus in ira et furore suo.
ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
24 Et dicent omnes Gentes: Quare sic fecit Dominus Terræ huic? quæ est hæc ira furoris eius immensa?
ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”
25 Et respondebunt: Quia dereliquerunt pactum Domini, quod pepigit cum patribus eorum, quando eduxit eos de Terra Ægypti:
ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।
26 et servierunt diis alienis, et adoraverunt eos, quos nesciebant, et quibus non fuerant attributi:
ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
27 idcirco iratus est furor Domini contra Terram istam, ut induceret super eam omnia maledicta, quæ in hoc volumine scripta sunt:
ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
28 et eiecit eos de terra sua in ira et in furore, et in indignatione maxima, proiecitque in terram alienam, sicut hodie comprobatur.
ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”
29 Abscondita, Domino Deo nostro: quæ manifesta sunt, nobis et filiis nostris usque in sempiternum, ut faciamus universa verba legis huius.
ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।