< Ii Paralipomenon 25 >

1 Viginti quinque annorum erat Amasias cum regnare cœpisset, et viginti novem annis regnavit in Jerusalem: nomen matris ejus Joadan de Jerusalem.
ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
2 Fecitque bonum in conspectu Domini, verumtamen non in corde perfecto.
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3 Cumque roboratum sibi videret imperium, jugulavit servos qui occiderant regem patrem suum,
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4 sed filios eorum non interfecit, sicut scriptum est in libro legis Moysi, ubi præcepit Dominus, dicens: Non occidentur patres pro filiis, neque filii pro patribus suis, sed unusquisque in suo peccato morietur.
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
5 Congregavit igitur Amasias Judam, et constituit eos per familias, tribunosque et centuriones in universo Juda et Benjamin: et recensuit a viginti annis supra, invenitque trecenta millia juvenum qui egrederentur ad pugnam, et tenerent hastam et clypeum:
ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
6 mercede quoque conduxit de Israël centum millia robustorum, centum talentis argenti.
ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
7 Venit autem homo Dei ad illum, et ait: O rex, ne egrediatur tecum exercitus Israël: non est enim Dominus cum Israël, et cunctis filiis Ephraim:
ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍‍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍‍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
8 quod si putas in robore exercitus bella consistere, superari te faciet Deus ab hostibus: Dei quippe est et adjuvare, et in fugam convertere.
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
9 Dixitque Amasias ad hominem Dei: Quid ergo fiet de centum talentis, quæ dedi militibus Israël? Et respondit ei homo Dei: Habet Dominus unde tibi dare possit multo his plura.
ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
10 Separavit itaque Amasias exercitum qui venerat ad eum ex Ephraim, ut reverteretur in locum suum: at illi contra Judam vehementer irati, reversi sunt in regionem suam.
ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11 Porro Amasias confidenter eduxit populum suum, et abiit in vallem Salinarum, percussitque filios Seir decem millia:
ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
12 et alia decem millia virorum ceperunt filii Juda, et adduxerunt ad præruptum cujusdam petræ, præcipitaveruntque eos de summo in præceps: qui universi crepuerunt.
ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
13 At ille exercitus quem remiserat Amasias ne secum iret ad prælium, diffusus est in civitatibus Juda, a Samaria usque ad Bethoron, et interfectis tribus millibus, diripuit prædam magnam.
ମାତ୍ର ଅମତ୍‍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
14 Amasias vero post cædem Idumæorum, et allatos deos filiorum Seir, statuit illos in deos sibi, et adorabat eos, et illis adolebat incensum.
ଅମତ୍‍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
15 Quam ob rem iratus Dominus contra Amasiam misit ad illum prophetam, qui diceret ei: Cur adorasti deos qui non liberaverunt populum suum de manu tua?
ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
16 Cumque hæc ille loqueretur, respondit ei: Num consiliarius regis es? quiesce, ne interficiam te. Discedensque propheta: Scio, inquit, quod cogitaverit Deus occidere te quia fecisti hoc malum, et insuper non acquievisti consilio meo.
ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
17 Igitur Amasias rex Juda inito pessimo consilio, misit ad Joas filium Joachaz filii Jehu regem Israël, dicens: Veni, videamus nos mutuo.
ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
18 At ille remisit nuntios, dicens: Carduus qui est in Libano misit ad cedrum Libani, dicens: Da filiam tuam filio meo uxorem: et ecce bestiæ quæ erant in silva Libani, transierunt, et conculcaverunt carduum.
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
19 Dixisti: Percussi Edom, et idcirco erigitur cor tuum in superbiam: sede in domo tua: cur malum adversum te provocas, ut cadas et tu, et Juda tecum?
ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
20 Noluit audire Amasias, eo quod Domini esset voluntas ut traderetur in manus hostium propter deos Edom.
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
21 Ascendit igitur Joas rex Israël, et mutuos sibi præbuere conspectus: Amasias autem rex Juda erat in Bethsames Juda:
ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
22 corruitque Juda coram Israël, et fugit in tabernacula sua.
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23 Porro Amasiam regem Juda, filium Joas filii Joachaz, cepit Joas rex Israël in Bethsames, et adduxit in Jerusalem: destruxitque murum ejus a porta Ephraim usque ad portam anguli quadringentis cubitis.
ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24 Omne quoque aurum et argentum, et universa vasa quæ repererat in domo Dei, et apud Obededom in thesauris etiam domus regiæ, necnon et filios obsidum, reduxit in Samariam.
ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25 Vixit autem Amasias filius Joas rex Juda, postquam mortuus est Joas filius Joachaz rex Israël, quindecim annis.
ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26 Reliqua autem sermonum Amasiæ priorum et novissimorum scripta sunt in libro regum Juda et Israël.
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
27 Qui postquam recessit a Domino, tetenderunt ei insidias in Jerusalem. Cumque fugisset in Lachis, miserunt, et interfecerunt eum ibi.
ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
28 Reportantesque super equos, sepelierunt eum cum patribus suis in civitate David.
ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।

< Ii Paralipomenon 25 >