< Osee Propheta 11 >
1 Sicut mane transiit, pertransiit rex Israël. Quia puer Israël, et dilexi eum; et ex Ægypto vocavi filium meum.
ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
2 Vocaverunt eos, sic abierunt a facie eorum; Baalim immolabant, et simulacris sacrificabant.
ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
3 Et ego quasi nutritius Ephraim: portabam eos in brachiis meis, et nescierunt quod curarem eos.
ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
4 In funiculis Adam traham eos, in vinculis caritatis; et ero eis quasi exaltans jugum super maxillas eorum, et declinavi ad eum ut vesceretur.
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
5 Non revertetur in terram Ægypti, et Assur ipse rex ejus, quoniam noluerunt converti.
ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
6 Cœpit gladius in civitatibus ejus, et consumet electos ejus, et comedet capita eorum.
ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
7 Et populus meus pendebit ad reditum meum; jugum autem imponetur eis simul, quod non auferetur.
ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
8 Quomodo dabo te, Ephraim? protegam te, Israël? Quomodo dabo te sicut Adama, ponam te ut Seboim? Conversum est in me cor meum, pariter conturbata est pœnitudo mea.
ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
9 Non faciam furorem iræ meæ; non convertar ut disperdam Ephraim, quoniam Deus ego, et non homo; in medio tui sanctus, et non ingrediar civitatem.
ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
10 Post Dominum ambulabunt; quasi leo rugiet, quia ipse rugiet, et formidabunt filii maris.
ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
11 Et avolabunt quasi avis ex Ægypto, et quasi columba de terra Assyriorum: et collocabo eos in domibus suis, dicit Dominus.
ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
12 Circumdedit me in negatione Ephraim, et in dolo domus Israël; Judas autem testis descendit cum Deo, et cum sanctis fidelis.
ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।