< Isaiæ 48 >

1 Audite hæc, domus Jacob, qui vocamini nomine Israël, et de aquis Juda existis; qui juratis in nomine Domini, et Dei Israël recordamini non in veritate neque in justitia.
ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
2 De civitate enim sancta vocati sunt, et super Deum Israël constabiliti sunt: Dominus exercituum nomen ejus.
କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
3 Priora ex tunc annuntiavi, et ex ore meo exierunt, et audita feci ea: repente operatus sum, et venerunt.
“ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।
4 Scivi enim quia durus es tu, et nervus ferreus cervix tua, et frons tua ærea.
ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
5 Prædixi tibi ex tunc; antequam venirent, indicavi tibi, ne forte diceres: Idola mea fecerunt hæc, et sculptilia mea et conflatilia mandaverunt ista.
ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।
6 Quæ audisti, vide omnia; vos autem, num annuntiastis? Audita feci tibi nova ex tunc, et conservata sunt quæ nescis.
ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।
7 Nunc creata sunt et non ex tunc; et ante diem, et non audisti ea, ne forte dicas: Ecce ego cognovi ea.
ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।
8 Neque audisti, neque cognovisti, neque ex tunc aperta est auris tua: scio enim quia prævaricans prævaricaberis, et transgressorem ex utero vocavi te.
ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
9 Propter nomen meum longe faciam furorem meum, et laude mea infrenabo te, ne intereas.
ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
10 Ecce excoxi te, sed non quasi argentum; elegi te in camino paupertatis.
ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
11 Propter me, propter me faciam, ut non blasphemer; et gloriam meam alteri non dabo.
ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
12 Audi me, Jacob, et Israël, quem ego voco: ego ipse, ego primus, et ego novissimus.
ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
13 Manus quoque mea fundavit terram, et dextera mea mensa est cælos; ego vocabo eos, et stabunt simul.
ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”
14 Congregamini, omnes vos, et audite: quis de eis annuntiavit hæc? Dominus dilexit eum, faciet voluntatem suam in Babylone, et brachium suum in Chaldæis.
“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
15 Ego, ego locutus sum, et vocavi eum; adduxi eum, et directa est via ejus.
ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
16 Accedite ad me et audite hoc: non a principio in abscondito locutus sum: ex tempore antequam fieret, ibi eram: et nunc Dominus Deus misit me, et spiritus ejus.
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
17 Hæc dicit Dominus, redemptor tuus, Sanctus Israël: Ego Dominus Deus tuus, docens te utilia, gubernans te in via qua ambulas.
ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
18 Utinam attendisses mandata mea: facta fuisset sicut flumen pax tua, et justitia tua sicut gurgites maris:
ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
19 et fuisset quasi arena semen tuum, et stirps uteri tui ut lapilli ejus; non interisset et non fuisset attritum nomen ejus a facie mea.
ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”
20 Egredimini de Babylone, fugite a Chaldæis, in voce exsultationis annuntiate: auditum facite hoc, et efferte illud usque ad extrema terræ. Dicite: Redemit Dominus servum suum Jacob.
ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
21 Non sitierunt in deserto, cum educeret eos: aquam de petra produxit eis, et scidit petram, et fluxerunt aquæ.
ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
22 Non est pax impiis, dicit Dominus.
ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”

< Isaiæ 48 >