< I Paralipomenon 28 >

1 Convocavit igitur David omnes principes Israel, duces tribuum, et praepositos turmarum, qui ministrabant regi: tribunos quoque et centuriones, et qui praeerant substantiae et possessionibus regis, filiosque suos cum eunuchis, et potentes, et robustissimos quosque in exercitu Ierusalem.
ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।
2 Cumque surrexisset rex, et stetisset, ait: Audite me fratres mei, et populus meus: Cogitavi ut aedificarem domum, in qua requiesceret arca foederis Domini, et scabellum pedum Dei nostri: et ad aedificandum, omnia praeparavi.
ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।
3 Deus autem dixit mihi: Non aedificabis domum nomini meo, eo quod sis vir bellator, et sanguinem fuderis.
ମାତ୍ର ପରମେଶ୍ୱର ମୋତେ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।’
4 Sed elegit Dominus Deus Israel me de universa domo patris mei, ut essem rex super Israel in sempiternum: de Iuda enim elegit principes: porro de domo Iuda, domum patris mei: et de filiis patris mei, placuit ei ut me eligeret regem super cunctum Israel.
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;
5 Sed et de filiis meis (filios enim mihi multos dedit Dominus) elegit Salomonem filium meum, ut sederet in throno regni Domini super Israel,
ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।
6 dixitque mihi: Salomon filius tuus aedificabit domum meam, et atria mea: ipsum enim elegi mihi in filium, et ego ero ei in patrem.
ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
7 Et firmabo regnum eius usque in aeternum, si perseveraverit facere praecepta mea, et iudicia, sicut et hodie.
ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।’
8 Nunc ergo coram universo coetu Israel audiente Deo nostro, custodite, et perquirite cuncta mandata Domini Dei nostri: ut possideatis Terram bonam, et relinquatis eam filiis vestris post vos usque in sempiternum.
ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
9 Tu autem Salomon fili mi, scito Deum patris tui, et servito ei corde perfecto, animo voluntario: omnia enim corda scrutatur Dominus, et universas mentium cogitationes intelligit. Si quaesieris eum, invenies: si autem dereliqueris eum, proiiciet te in aeternum.
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
10 Nunc ergo quia elegit te Dominus ut aedificares domum Sanctuarii, confortare, et perfice.
ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
11 Dedit autem David Salomoni filio suo descriptionem porticus, et templi, et cellariorum, et coenaculi, et cubiculorum in adytis, et domus propitiationis,
ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
12 necnon et omnium quae cogitaverat atriorum, et exedrarum per circuitum in thesauros domus Domini, et in thesauros sanctorum,
ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
13 divisionumque Sacerdotalium et Leviticarum, in omnia opera domus Domini, et in universa vasa ministerii templi Domini.
ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
14 Aurum in pondere per singula vasa ministerii. Argenti quoque pondus pro vasorum et operum diversitate.
ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;
15 Sed et in candelabra aurea, et ad lucernas eorum, aurum pro mensura uniuscuiusque candelabri et lucernarum. Similiter et in candelabra argentea, et in lucernas eorum, pro diversitate mensurae, pondus argenti tradidit.
ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
16 Aurum quoque dedit in mensas propositionis pro diversitate mensarum: similiter et argentum in alias mensas argenteas.
ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
17 Ad fuscinulas quoque, et phialas, et thuribula ex auro purissimo, et leunculos aureos pro qualitate mensurae pondus distribuit in leunculum, et leunculum. Similiter et in leones argenteos diversum argenti pondus separavit.
ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
18 Altari autem, in quo adoletur incensum, aurum purissimum dedit: ut ex ipso fieret similitudo quadrigae cherubim extendentium alas, et velantium arcam foederis Domini.
ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।
19 Omnia, inquit, venerunt scripta manu Domini ad me, ut intelligerem universa opera exemplaris.
ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”
20 Dixit quoque David Salomoni filio suo: Viriliter age, et confortare, et fac: ne timeas, et ne paveas: Dominus enim Deus meus tecum erit, et non dimittet te, nec derelinquet donec perficias omne opus ministerii domus Domini.
ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
21 Ecce divisiones Sacerdotum et Levitarum, in omne ministerium domus Domini assistunt tibi, et parati sunt, et noverunt tam principes quam populus facere omnia praecepta tua.
ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”

< I Paralipomenon 28 >