< Ii Paralipomenon 33 >

1 Duodecim annorum erat Manasses cum regnare coepisset, et quinquagintaquinque annis regnavit in Ierusalem.
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।
2 Fecit autem malum coram Domino iuxta abominationes gentium, quas subvertit Dominus coram filiis Israel:
ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
3 et conversus instauravit excelsa, quae demolitus fuerat Ezechias pater eius: construxitque aras Baalim, et fecit lucos, et adoravit omnem militiam caeli, et coluit eam.
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।
4 Aedificavit quoque altaria in domo Domini, de qua dixerat Dominus: In Ierusalem erit nomen meum in aeternum.
ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
5 Aedificavit autem ea cuncto exercitui caeli in duobus atriis domus Domini.
ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
6 Transireque fecit filios suos per ignem in Vallebenennom: observabat somnia, sectabatur auguria, maleficis artibus inserviebat, habebat secum magos, et incantatores: multaque mala operatus est coram Domino ut irritaret eum.
ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
7 Sculptile quoque, et conflatile signum posuit in domo Domini, de qua locutus est Dominus ad David, et ad Salomonem filium eius, dicens: In domo hac et in Ierusalem, quam elegi de cunctis tribubus Israel, ponam nomen meum in sempiternum.
ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
8 Et moveri non faciam pedem Israel de terra, quam tradidi patribus eorum: ita dumtaxat si custodierint facere quae praecepi eis, cunctamque legem, et ceremonias, atque iudicia per manum Moysi.
ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍‍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।”
9 Igitur Manasses seduxit Iuda, et habitatores Ierusalem ut facerent malum super omnes gentes, quas subverterat Dominus a facie filiorum Israel.
ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
10 Locutusque est Dominus ad eum, et ad populum illius, et attendere noluerunt.
ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।
11 Idcirco superinduxit eis principes exercitus regis Assyriorum: ceperuntque Manassen, et vinctum catenis, atque compedibus duxerunt in Babylonem.
ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।
12 Qui postquam coangustatus est, oravit Dominum Deum suum: et egit poenitentiam valde coram Deo patrum suorum.
ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
13 Deprecatusque est eum, et obsecravit intente: et exaudivit orationem eius, reduxitque eum Ierusalem in regnum suum, et cognovit Manasses quod Dominus ipse esset Deus.
ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
14 Post haec aedificavit murum extra civitatem David ad Occidentem Gihon in convalle, ab introitu portae piscium per circuitum usque ad Ophel, et exaltavit illum vehementer: constituitque principes exercitus in cunctis civitatibus Iuda munitis:
ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ।
15 et abstulit deos alienos, et simulacrum de domo Domini: aras quoque, quas fecerat in monte domus Domini, et in Ierusalem, et proiecit omnia extra urbem.
ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।
16 Porro instauravit altare Domini, et immolavit super illud victimas, et pacifica, et laudem: praecepitque Iuda ut serviret Domino Deo Israel.
ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।
17 Attamen adhuc populus immolabat in excelsis Domino Deo suo.
ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ।
18 Reliqua autem gestorum Manasse: et obsecratio eius ad Deum suum: verba quoque Videntium, qui loquebantur ad eum in nomine Domini Dei Israel, continentur in sermonibus regum Israel.
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।
19 Oratio quoque eius et exauditio, et cuncta peccata, atque contemptus, loca etiam, in quibus aedificavit excelsa, et fecit lucos, et statuas antequam ageret poenitentiam, scripta sunt in sermonibus Hozai.
ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
20 Dormivit ergo Manasses cum patribus suis, et sepelierunt eum in domo sua: regnavitque pro eo filius eius Amon.
ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
21 Vigintiduorum annorum erat Amon cum regnare coepisset, et duobus annis regnavit in Ierusalem.
ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ।
22 Fecitque malum in conspectu Domini, sicut fecerat Manasses pater eius: et cunctis idolis, quae Manasses fuerat fabricatus, immolavit atque servivit.
ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍‍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।
23 Et non est reveritus faciem Domini, sicut reveritus est Manasses pater eius: et multo maiora deliquit.
ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।
24 Cumque coniurassent adversus eum servi sui, interfecerunt eum in domo sua.
ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।
25 Porro reliqua populi multitudo, caesis iis, qui Amon percusserant, constituit regem Iosiam filium eius pro eo.
ମାତ୍ର ଯେଉଁମାନେ ଆମୋନ୍‍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।

< Ii Paralipomenon 33 >