< Timotheum Ii 1 >
1 Paulus Apostolus Iesu Christi per voluntatem Dei, secundum promissionem vitae, quae est in Christo Iesu:
ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
2 Timotheo charissimo filio, gratia, misericordia et pax a Deo Patre nostro, et Christo Iesu Domino nostro.
ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
3 Gratias ago Deo meo, cui servio a progenitoribus meis in conscientia pura, quod sine intermissione habeam tui memoriam in orationibus meis, nocte ac die
ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
4 desiderans te videre, memor lacrymarum tuarum, ut gaudio implear,
ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;
5 recordationem accipiens eius fidei, quae est in te non ficta, quae et habitavit primum in avia tua Loide, et matre tua Eunice, certus sum autem quod et in te.
କାରଣ ଯେଉଁ ନିଷ୍କପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମାଆ ଇଉନୀକୀଙ୍କଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ନିଷ୍କପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
6 Propter quam causam admoneo te ut resuscites gratiam Dei, quae est in te per impositionem manuum mearum.
ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର।
7 Non enim dedit nobis Deus spiritum timoris: sed virtutis, et dilectionis, et sobrietatis.
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
8 Noli itaque erubescere testimonium Domini nostri, neque me vinctum eius: sed collabora Evangelio secundum virtutem Dei:
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
9 qui nos liberavit, et vocavit vocatione sua sancta, non secundum opera nostra, sed secundum propositum suum, et gratiam, quae data est nobis in Christo Iesu ante tempora saecularia. (aiōnios )
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା, (aiōnios )
10 Manifestata est autem nunc per illuminationem Salvatoris nostri Iesu Christi, qui destruxit quidem mortem, illuminavit autem vitam, et incorruptionem per Evangelium:
କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
11 in quo positus sum ego praedicator, et Apostolus, et magister Gentium.
ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।
12 Ob quam causam etiam haec patior, sed non confundor. Scio enim cui credidi, et certus sum quia potens est depositum meum servare in illum diem.
ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
13 Formam habe sanorum verborum, quae a me audisti in fide, et in dilectione in Christo Iesu.
ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।
14 Bonum depositum custodi per Spiritum sanctum, qui habitat in nobis.
ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,
15 Scis enim hoc, quod aversi sunt a me omnes, qui in Asia sunt, ex quibus est Philetus, et Hermogenes.
ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।
16 Det misericordiam Dominus Onesiphori domui: quia saepe me refrigeravit, et catenam meam non erubuit:
ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,
17 sed cum Romam venisset, solicite me quaesivit, et invenit.
ବରଂ ସେ ରୋମ ସହରରେ ଥିବା ସମୟରେ ମୋତେ ଯତ୍ନ ସହକାରେ ଅନ୍ୱେଷଣ କରି ମୋ ସହିତ ସାକ୍ଷାତ କଲେ,
18 Det illi Dominus invenire misericordiam a Deo in illa die. Et quanta Ephesi ministravit mihi, tu melius nosti.
ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ, ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।