< Genesis 28 >

1 Vocavit itaque Isaac Iacob, et benedixit eum, praecepitque ei dicens: Noli accipere coniugem de genere Chanaan:
ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
2 sed vade, et proficiscere in Mesopotamiam Syriae, ad domum Bathuel patris matris tuae, et accipe tibi inde uxorem de filiabus Laban avunculi tui.
ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
3 Deus autem omnipotens benedicat tibi, et crescere te faciat, atque multiplicet: ut sis in turbas populorum.
ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
4 Et det tibi benedictiones Abrahae, et semini tuo post te: ut possideas terram peregrinationis tuae, quam pollicitus est avo tuo.
ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
5 Cumque dimisisset eum Isaac, profectus pervenit in Mesopotamiam Syriae ad Laban filium Bathuel Syri, fratrem Rebeccae matris suae.
ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
6 Videns autem Esau quod benedixisset pater suus Iacob, et misisset eum in Mesopotamiam Syriae, ut inde uxorem duceret; et quod post benedictionem praecepisset ei, dicens: Non accipies uxorem de filiabus Chanaan:
ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
7 quodque obediens Iacob parentibus suis isset in Syriam:
ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍‍ ଅରାମକୁ ପ୍ରସ୍ଥାନ କରିଅଛି,
8 probans quoque quod non libenter aspiceret filias Chanaan pater suus:
ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
9 ivit ad Ismaelem, et duxit uxorem absque iis, quas prius habebat, Maheleth filiam Ismael filii Abraham, sororem Nabaioth.
ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।
10 Igitur egressus Iacob de Bersabee, pergebat Haran.
ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।
11 Cumque venisset ad quemdam locum, et vellet in eo requiescere post solis occubitum, tulit de lapidibus qui iacebant, et supponens capiti suo, dormivit in eodem loco.
ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
12 Viditque in somnis scalam stantem super terram, et cacumen illius tangens caelum: Angelos quoque Dei ascendentes et descendentes per eam,
ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
13 et Dominum innixum scalae dicentem sibi: Ego sum Dominus Deus Abraham patris tui, et Deus Isaac: Terram, in qua dormis, tibi dabo et semini tuo.
ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
14 Eritque semen tuum quasi pulvis terrae: dilataberis ad Orientem, et Occidentem, et Septentrionem, et Meridiem: et BENEDICENTUR IN TE et in semine tuo cunctae tribus terrae.
ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
15 Et ero custos tuus quocumque perrexeris, et reducam te in terram hanc: nec dimittam nisi complevero universa quae dixi.
ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
16 Cumque evigilasset Iacob de somno, ait: Vere Dominus est in loco isto, et ego nesciebam.
ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
17 Pavensque: Quam terribilis est, inquit, locus iste! non est hic aliud nisi domus Dei, et porta caeli.
ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
18 Surgens ergo Iacob mane, tulit lapidem quem supposuerat capiti suo, et erexit in titulum, fundens oleum desuper.
ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
19 Appellavitque nomen urbis Bethel, quae prius Luza vocabatur.
ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
20 Vovit etiam votum, dicens: Si fuerit Dominus mecum, et custodierit me in via, per quam ego ambulo, et dederit mihi panem ad vescendum, et vestimentum ad induendum,
ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
21 reversusque fuero prospere ad domum patris mei: erit mihi Dominus in Deum,
ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,
22 et lapis iste, quem erexi in titulum, vocabitur Domus Dei: cunctorumque quae dederis mihi, decimas offeram tibi.
ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”

< Genesis 28 >