< Iudicum 5 >

1 Cecineruntque Debbora et Barac filius Abinoem in illo die, dicentes:
ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍‍ ଗାୟନ କରି କହିଲେ:
2 Qui sponte obtulistis de Israel animas vestras ad periculum, benedicite Domino.
“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
3 Audite reges, auribus percipite principes: Ego sum, ego sum quae Domino canam, psallam Domino Deo Israel.
ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।
4 Domine cum exires de Seir, et transires per regiones Edom, terra mota est, caelique ac nubes distillaverunt aquis.
ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।
5 Montes fluxerunt a facie Domini, et Sinai a facie Domini Dei Israel.
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)
6 In diebus Samgar filii Anath, in diebus Iahel quieverunt semitae: et qui ingrediebantur per eas, ambulaverunt per calles devios.
ଅନାତ-ପୁତ୍ର ଶମ୍‍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।
7 Cessaverunt fortes in Israel, et quieverunt: donec surgeret Debbora, surgeret mater in Israel.
ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
8 Nova bella elegit Dominus, et portas hostium ipse subvertit: clypeus et hasta si apparuerint in quadraginta millibus Israel.
ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?
9 Cor meum diligit principes Israel: qui propria voluntate obtulistis vos discrimini, benedicite Domino.
ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
10 Qui ascenditis super nitentes asinos, et sedetis in iudicio, et ambulatis in via, loquimini.
ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
11 Ubi collisi sunt currus, et hostium suffocatus est exercitus, ibi narrentur iustitiae Domini et clementia in fortes Israel: tunc descendit populus Domini ad portas, et obtinuit principatum.
ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।
12 Surge, surge Debbora, surge, surge, et loquere canticum: surge Barac, et apprehende captivos tuos fili Abinoem.
ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍‍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ।
13 Salvatae sunt reliquiae populi, Dominus in fortibus dimicavit.
ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।
14 Ex Ephraim delevit eos in Amalec, et post eum ex Beniamin in populos tuos o Amalec: de Machir principes descenderunt, et de Zabulon qui exercitum ducerent ad bellandum.
ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।
15 Duces Issachar fuere cum Debbora, et Barac vestigia sunt secuti, qui quasi in praeceps ac barathrum se discrimini dedit: diviso contra se Ruben, magnanimorum reperta est contentio.
ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍‍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍‍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
16 Quare habitas inter duos terminos, ut audias sibilos gregum? diviso contra se Ruben, magnanimorum reperta est contentio.
ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
17 Galaad trans Iordanem quiescebat, et Dan vacabat navibus: Aser habitabat in littore maris, et in portubus morabatur.
ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।
18 Zabulon vero et Nephthali obtulerunt animas suas morti in regione Merome.
ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।
19 Venerunt reges et pugnaverunt, pugnaverunt reges Chanaan in Thanach iuxta aquas Mageddo, et tamen nihil tulere praedantes.
ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।
20 De caelo dimicatum est contra eos: stellae manentes in ordine et cursu suo, adversus Sisaram pugnaverunt.
ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
21 Torrens Cison traxit cadavera eorum, torrens Cadumim, torrens Cison: conculca anima mea robustos.
କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।
22 Ungulae equorum ceciderunt, fugientibus impetu, et per praeceps ruentibus fortissimis hostium.
ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।
23 Maledicite terrae Meroz, dixit Angelus Domini: maledicite habitatoribus eius, quia non venerunt ad auxilium Domini, in adiutorium fortissimorum eius.
ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’
24 Benedicta inter mulieres Iahel uxor Haber Cinaei, et benedicatur in tabernaculo suo.
ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।
25 Aquam petenti lac dedit, et in phiala principum obtulit butyrum.
ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।
26 Sinistram manum misit ad clavum, et dexteram ad fabrorum malleos, percussitque Sisaram quaerens in capite vulneri locum, et tempus valide perforans.
ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।
27 Inter pedes eius ruit: defecit, et mortuus est: volvebatur ante pedes eius, et iacebat exanimis et miserabilis.
ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।
28 Per fenestram respiciens, ululabat mater eius: et de coenaculo loquebatur: Cur moratur regredi currus eius? quare tardaverunt pedes quadrigarum illius?
ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’
29 Una sapientior ceteris uxoribus eius, haec socrui verba respondit:
ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,
30 Forsitan nunc dividit spolia, et pulcherrima feminarum eligitur ei: vestes diversorum colorum Sisarae traduntur in praedam, et supellex varia ad ornanda colla congeritur.
‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’
31 Sic pereant omnes inimici tui Domine: qui autem diligunt te, sicut Sol in ortu suo splendet, ita rutilent. Quievitque Terra per quadraginta annos.
ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।

< Iudicum 5 >