< Lucam 3 >
1 Anno autem quintodecimo imperii Tiberii Caesaris, procurante Pontio Pilato Iudaeam, tetrarcha autem Galiaeae Herode, Philippo autem fratre eius tetrarcha Ituraeae, et Trachonitidis regionis, et Lysania Abilinae tetrarcha,
ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
2 sub principibus sacerdotum Anna, et Caipha: factum est verbum Domini super Ioannem, Zachariae filium, in deserto.
ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
3 Et venit in omnem regionem Iordanis, praedicans baptismum poenitentiae in remissionem peccatorum,
ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
4 sicut scriptum est in Libro sermonum Isaiae prophetae: Vox clamantis in deserto: Parate viam Domini: rectas facite semitas eius:
ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
5 omnis vallis implebitur: et omnis mons, et collis humiliabitur: et erunt prava in directa: et aspera in vias planas:
ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
6 et videbit omnis caro salutare Dei.
ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।
7 Dicebat ergo ad turbas quae exibant ut baptizarentur ab ipso: Genimina viperarum quis ostendit vobis fugere a ventura ira?
ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
8 Facite ergo fructus dignos poenitentiae, et ne coeperitis dicere: Patrem habemus Abraham. Dico enim vobis quia potens est Deus de lapidibus istis suscitare filios Abrahae.
ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
9 Iam enim securis ad radicem arboris posita est. Omnis ergo arbor non faciens fructum bonum, excidetur, et in ignem mittetur.
ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
10 Et interrogabant eum turbae, dicentes: Quid ergo faciemus?
ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
11 Respondens autem dicebat illis: Qui habet duas tunicas, det non habenti: et qui habet escas, similiter faciat.
ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
12 Venerunt autem et publicani ut baptizarentur, et dixerunt ad illum: Magister, quid faciemus?
କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
13 At ille dixit ad eos: Nihil amplius, quam quod constitutum est vobis, faciatis.
ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।
14 Interrogabant autem eum et milites, dicentes: Quid faciemus et nos? Et ait illis: Neminem concutiatis, neque calumniam faciatis: sed contenti estote stipendiis vestris.
ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।
15 Existimante autem populo, et cogitantibus omnibus in cordibus suis de Ioanne, ne forte ipse esset Christus:
ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
16 respondit Ioannes, dicens omnibus: Ego quidem aqua baptizo vos: veniet autem fortior me, cuius non sum dignus solvere corigiam calceamentorum: ipse vos baptizabit in Spiritu sancto, et igne:
ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
17 cuius ventilabrum in manu eius, et purgabit aream suam, et congregabit triticum in horreum suum, paleas autem comburet igne inextinguibili.
ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
18 Multa quidem, et alia exhortans evangelizabat populo.
ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
19 Herodes autem tetrarcha cum corriperetur ab illo de Herodiade uxore fratris sui, et de omnibus malis, quae fecit Herodes,
କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
20 adiecit et hoc super omnia, et inclusit Ioannem in carcere.
ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।
21 Factum est autem cum baptizaretur omnis populus, et Iesu baptizato, et orante, apertum est caelum:
ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
22 et descendit Spiritus sanctus corporali specie sicut columba in ipsum: et vox de caelo facta est: Tu es filius meus dilectus, in te complacui mihi.
ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
23 Et ipse Iesus erat incipiens quasi annorum triginta, ut putabatur, filius Ioseph, qui fuit Heli, qui fuit Mathat,
ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
24 qui fuit Levi, qui fuit Melchi, qui fuit Iamne, qui fuit Ioseph,
ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର,
25 qui fuit Mathathiae, qui fuit Amos, qui fuit Nahum, qui fuit Hesli, qui fuit Nagge,
ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର,
26 qui fuit Mahath, qui fuit Mathathiae, qui fuit Semei, qui fuit Ioseph, qui fuit Iuda,
ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
27 qui fuit Ioanna, qui fuit Resa, qui fuit Zorobabel, qui fuit Salatheil, qui fuit Neri,
ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍ଟୀୟେଲ୍ଙ୍କ ପୁତ୍ର, ଶଲ୍ଟୀୟେଲ୍ ନେରୀଙ୍କ ପୁତ୍ର,
28 qui fuit Melchi, qui fuit Addi, qui fuit Cosan, qui fuit Elmadan, qui fuit Her,
ନେରୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,
29 qui fuit Iesu, qui fuit Eliezer, qui fuit Iorim, qui fuit Mathat, qui fuit Levi,
ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,
30 qui fuit Simeon, qui fuit Iuda, qui fuit Ioseph, qui fuit Iona, qui fuit Eliakim,
ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,
31 qui fuit Melcha, qui fuit Menna, qui fuit Mathatha, qui fuit Natham, qui fuit David,
ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,
32 qui fuit Iesse, qui fuit Obed, qui fuit Booz, qui fuit Salmon, qui fuit Naasson,
ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,
33 qui fuit Aminadab, qui fuit Aram, qui fuit Esron, qui fuit Phares, qui fuit Iudae,
ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,
34 qui fuit Iacob, qui fuit Isaac, qui fuit Abrahae, qui fuit Thare, qui fuit Nachor,
ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍ହାକଙ୍କ ପୁତ୍ର, ଇସ୍ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,
35 qui fuit Sarug, qui fuit Ragau, qui fuit Phaleg, qui fuit Heber, qui fuit Sale,
ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,
36 qui fuit Cainan, qui fuit Arphaxad, qui fuit Sem, qui fuit Noe, qui fuit Lamech,
ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,
37 qui fuit Methusale, qui fuit Henoch, qui fuit Iared, qui fuit Malaleel, qui fuit Cainan,
ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,
38 qui fuit Henos, qui fuit Seth, qui fuit Adam, qui fuit Dei.
କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।