< Mattheum 19 >
1 Et factum est, cum consummasset Iesus sermones istos, migravit a Galilaea, et venit in fines Iudaeae trans Iordanem,
ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।
2 et secutae sunt eum turbae multae, et curavit eos ibi.
ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।
3 Et accesserunt ad eum Pharisaei tentantes eum, et dicentes: Si licet homini dimittere uxorem suam, quacumque ex causa?
ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
4 Qui respondens, ait eis: Non legistis, quia qui fecit hominem ab initio, masculum, et feminam fecit eos? et dixit:
ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”
5 Propter hoc dimittet homo patrem, et matrem, et adhaerebit uxori suae, et erunt duo in carne una.
ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
6 itaque iam non sunt duo, sed una caro. Quod ergo Deus coniunxit, homo non separet.
“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
7 Dicunt illi: Quid ergo Moyses mandavit dare libellum repudii, et dimittere?
ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
8 Ait illis: Quoniam Moyses ad duritiam cordis vestri permisit vobis dimittere uxores vestras: ab initio autem non fuit sic.
ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”
9 Dico autem vobis, quia quicumque dimiserit uxorem suam, nisi ob fornicationem, et aliam duxerit, moechatur: et qui dimissam duxerit, moechatur.
“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
10 Dicunt ei discipuli eius: Si ita est causa hominis cum uxore, non expedit nubere.
ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।
11 Qui dixit illis: Non omnes capiunt verbum istud, sed quibus datum est.
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।
12 Sunt enim eunuchi, qui de matris utero sic nati sunt: et sunt eunuchi, qui facti sunt ab hominibus: et sunt eunuchi, qui seipsos castraverunt propter regnum caelorum. Qui potest capere capiat.
କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
13 Tunc oblati sunt ei parvuli, ut manus eis imponeret, et oraret. Discipuli autem increpabant eos.
ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
14 Iesus vero ait eis: Sinite parvulos, et nolite eos prohibere ad me venire: talium est enim regnum caelorum.
କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
15 Et cum imposuisset eis manus, abiit inde.
ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
16 Et ecce unus accedens, ait illi: Magister bone, quid boni faciam ut habeam vitam aeternam? (aiōnios )
ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? (aiōnios )
17 Qui dixit ei: Quid me interrogas de bono? Unus est bonus, Deus. Si autem vis ad vitam ingredi, serva mandata.
ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
18 Dicit illi: Quae? Iesus autem dixit: Non homicidium facies: Non adulterabis: Non facies furtum: Non falsum testimonium dices:
ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
19 Honora patrem tuum, et matrem tuam, et diliges proximum tuum sicut teipsum.
ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
20 Dicit illi adolescens: Omnia haec custodivi, quid adhuc mihi deest?
ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?
21 Ait illi Iesus: Si vis perfectus esse, vade, vende omnia quae habes, et da pauperibus, et habebis thesaurum in caelo: et veni, sequere me.
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
22 Cum audisset autem adolescens verbum, abiit tristis: erat enim habens multas possessiones.
କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
23 Iesus autem dixit discipulis suis: Amen dico vobis, quia dives difficile intrabit in regnum caelorum.
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
24 Et iterum dico vobis: Facilius est camelum per foramen acus transire, quam divitem intrare in regnum caelorum.
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
25 Auditis autem his, discipuli mirabantur valde, dicentes: Quis ergo poterit salvus esse?
ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
26 Aspiciens autem Iesus, dixit illis: Apud homines hoc impossibile est: apud Deum autem omnia possibilia sunt.
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
27 Tunc respondens Petrus, dixit ei: Ecce nos reliquimus omnia, et secuti sumus te: quid ergo erit nobis?
ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?
28 Iesus autem dixit illis: Amen dico vobis, quod vos, qui secuti estis me, in regeneratione cum sederit filius hominis in sede maiestatis suae, sedebitis et vos super sedes duodecim, iudicantes duodecim tribus Israel.
ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
29 Et omnis, qui reliquerit domum, vel fratres, aut sorores, aut patrem, aut matrem, aut uxorem, aut filios, aut agros propter nomen meum, centuplum accipiet, et vitam aeternam possidebit. (aiōnios )
“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ। (aiōnios )
30 Multi autem erunt primi novissimi, et novissimi primi.
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”