< Psalmorum 83 >
1 Canticum Psalmi Asaph. Deus, quis similis erit tibi? ne taceas, neque compescaris Deus:
ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
2 Quoniam ecce inimici tui sonuerunt: et qui oderunt te, extulerunt caput.
କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
3 Super populum tuum malignaverunt consilium: et cogitaverunt adversus sanctos tuos.
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4 Dixerunt: Venite, et disperdamus eos de gente: et non memoretur nomen Israel ultra.
ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
5 Quoniam cogitaverunt unanimiter: simul adversum te testamentum disposuerunt,
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6 tabernacula Idumaeorum et Ismahelitae: Moab, et Agareni,
ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7 Gebal, et Ammon, et Amalec: alienigenae cum habitantibus Tyrum.
ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8 Etenim Assur venit cum illis: facti sunt in adiutorium filiis Lot.
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। (ସେଲା)
9 Fac illis sicut Madian et Sisarae: sicut Iabin in torrente Cisson.
ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10 Disperierunt in Endor: facti sunt ut stercus terrae.
ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11 Pone principes eorum sicut Oreb, et Zeb, et Zebee, et Salmana: Omnes principes eorum:
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12 qui dixerunt: Hereditate possideamus Sanctuarium Dei.
ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13 Deus meus pone illos ut rotam: et sicut stipulam ante faciem venti.
ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14 Sicut ignis, qui comburit silvam: et sicut flamma comburens montes:
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
15 Ita persequeris illos in tempestate tua: et in ira tua turbabis eos.
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
16 Imple facies eorum ignominia: et quaerent nomen tuum, Domine.
ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17 Erubescant, et conturbentur in saeculum saeculi: et confundantur, et pereant.
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
18 Et cognoscant quia nomen tibi Dominus: tu solus Altissimus in omni terra.
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।