< I Paralipomenon 19 >

1 accidit autem ut moreretur Naas rex filiorum Ammon et regnaret filius eius pro eo
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।
2 dixitque David faciam misericordiam cum Hanon filio Naas praestitit enim pater eius mihi gratiam misitque David nuntios ad consolandum eum super morte patris sui qui cum pervenissent in terram filiorum Ammon ut consolarentur Hanon
ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍‍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।
3 dixerunt principes filiorum Ammon ad Hanon tu forsitan putas quod David honoris causa in patrem tuum miserit qui consolentur te nec animadvertis quod ut explorent et investigent et scrutentur terram tuam venerint ad te servi eius
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି?”
4 igitur Hanon pueros David decalvavit et rasit et praecidit tunicas eorum a natibus usque ad pedes et dimisit eos
ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
5 qui cum abissent et hoc mandassent David misit in occursum eorum grandem enim contumeliam sustinuerant et praecepit ut manerent in Hiericho donec cresceret barba eorum et tunc reverterentur
ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”
6 videntes autem filii Ammon quod iniuriam fecissent David tam Hanon quam reliquus populus miserunt mille talenta argenti ut conducerent sibi de Mesopotamia et de Syria Macha et de Suba currus et equites
ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍‍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍‍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।
7 conduxeruntque triginta duo milia curruum et regem Macha cum populo eius qui cum venissent castrametati sunt e regione Medaba filii quoque Ammon congregati de urbibus suis venerunt ad bellum
ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
8 quod cum audisset David misit Ioab et omnem exercitum virorum fortium
ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
9 egressique filii Ammon direxerunt aciem iuxta portam civitatis reges autem qui ad auxilium venerant separatim in agro steterunt
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
10 igitur Ioab intellegens bellum et ex adverso et post tergum contra se fieri elegit viros fortissimos de universo Israhel et perrexit contra Syrum
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
11 reliquam autem partem populi dedit sub manu Abisai fratris sui et perrexerunt contra filios Ammon
ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।
12 dixitque si vicerit me Syrus auxilio eris mihi sin autem superaverint te filii Ammon ero tibi in praesidium
ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।
13 confortare et agamus viriliter pro populo nostro et pro urbibus Dei nostri Dominus autem quod in conspectu suo bonum est faciet
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
14 perrexit ergo Ioab et populus qui cum eo erat contra Syrum ad proelium et fugavit eos
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।
15 porro filii Ammon videntes quod fugisset Syrus ipsi quoque fugerunt Abisai fratrem eius et ingressi sunt civitatem reversusque est etiam Ioab in Hierusalem
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।
16 videns autem Syrus quod cecidisset coram Israhel misit nuntios et adduxit Syrum qui erat trans Fluvium Sophach autem princeps militiae Adadezer erat dux eorum
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍‍ ସେମାନଙ୍କର ଅଗ୍ରଣୀ ଥିଲା।
17 quod cum nuntiatum esset David congregavit universum Israhel et transivit Iordanem inruitque in eos et direxit ex adverso aciem illis contra pugnantibus
ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
18 fugit autem Syrus Israhel et interfecit David de Syris septem milia curruum et quadraginta milia peditum et Sophach exercitus principem
ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।
19 videntes autem servi Adadezer se ab Israhel esse superatos transfugerunt ad David et servierunt ei noluitque ultra Syria auxilium praebere filiis Ammon
ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।

< I Paralipomenon 19 >