< I Paralipomenon 23 >

1 igitur David senex et plenus dierum regem constituit Salomonem filium suum super Israhel
ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
2 et congregavit omnes principes Israhel et sacerdotes atque Levitas
ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
3 numeratique sunt Levitae a triginta annis et supra et inventa sunt triginta octo milia virorum
ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।
4 ex his electi sunt et distributi in ministerium domus Domini viginti quattuor milia praepositorum autem et iudicum sex milia
ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;
5 porro quattuor milia ianitores et totidem psaltae canentes Domino in organis quae fecerat ad canendum
ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।
6 et distribuit eos David per vices filiorum Levi Gersom videlicet et Caath et Merari
ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ‍, କହାତ ଓ ମରାରି।
7 Gersom Leedan et Semei
ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍‍ ଓ ଶିମୀୟି।
8 filii Leedan princeps Ieihel et Zetham et Iohel tres
ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।
9 filii Semei Salomith et Ozihel et Aran tres isti principes familiarum Leedan
ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।
10 porro filii Semei Ieeth et Ziza et Iaus et Baria isti filii Semei quattuor
ପୁଣି, ଶିମୀୟିର ପୁତ୍ର; ଯହତ୍‍, ସୀଷ, ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।
11 erat autem Ieeth prior Ziza secundus porro Iaus et Baria non habuerunt plurimos filios et idcirco in una familia unaque domo conputati sunt
ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।
12 filii Caath Amram et Isaar Hebron et Ozihel quattuor
କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।
13 filii Amram Aaron et Moses separatusque est Aaron ut ministraret in sancto sanctorum ipse et filii eius in sempiternum et adoleret incensum Domino secundum ritum suum ac benediceret nomini eius in perpetuum
ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।
14 Mosi quoque hominis Dei filii adnumerati sunt in tribu Levi
ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।
15 filii Mosi Gersom et Eliezer
ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।
16 filii Gersom Subuhel primus
ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ।
17 fuerunt autem filii Eliezer Roobia primus et non erant Eliezer filii alii porro filii Roobia multiplicati sunt nimis
ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।
18 filii Isaar Salumith primus
ଯିଷ୍‍ହରର ପୁତ୍ରମାନଙ୍କ ମଧ୍ୟରେ ଶଲୋମୀତ୍‍ ପ୍ରଧାନ ଥିଲା।
19 filii Hebron Ieriau primus Amarias secundus Iazihel tertius Iecmaam quartus
ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
20 filii Ozihel Micha primus Iesia secundus
ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ୱିତୀୟ ଯିଶୀୟ।
21 filii Merari Mooli et Musi filii Mooli Eleazar et Cis
ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;
22 mortuus est autem Eleazar et non habuit filios sed filias acceperuntque eas filii Cis fratres earum
ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍‍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।
23 filii Musi Mooli et Eder et Ierimuth tres
ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍‍, ତିନି ଜଣ।
24 hii filii Levi in cognationibus et familiis suis principes per vices et numerum capitum singulorum qui faciebant opera ministerii domus Domini a viginti annis et supra
ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।
25 dixit enim David requiem dedit Dominus Deus Israhel populo suo et habitationem Hierusalem usque in aeternum
କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,
26 nec erit officii Levitarum ut ultra portent tabernaculum et omnia vasa eius ad ministrandum
ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
27 iuxta praecepta quoque David novissima supputabitur numerus filiorum Levi a viginti annis et supra
କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।
28 et erunt sub manu filiorum Aaron in cultum domus Domini in vestibulis et in exedris et in loco purificationis et in sanctuario et in universis operibus ministerii templi Domini
କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
29 sacerdotes autem super panes propositionis et ad similae sacrificium et ad lagana et azyma et sartaginem et ad ferventem similam et super omne pondus atque mensuram
ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;
30 Levitae vero ut stent mane ad confitendum et canendum Domino similiterque ad vesperam
ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
31 tam in oblatione holocaustorum Domini quam in sabbatis et kalendis et sollemnitatibus reliquis iuxta numerum et caerimonias uniuscuiusque rei iugiter coram Domino
ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
32 et custodiant observationes tabernaculi foederis et ritum sanctuarii et observationem filiorum Aaron fratrum suorum ut ministrent in domo Domini
ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।

< I Paralipomenon 23 >