< I Paralipomenon 9 >

1 universus ergo Israhel dinumeratus est et summa eorum scripta est in libro regum Israhel et Iuda translatique sunt in Babylonem propter delictum suum
ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।
2 qui autem habitaverunt primi in possessionibus et in urbibus suis Israhel et sacerdotes Levitae et Nathinnei
ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।
3 commorati sunt in Hierusalem de filiis Iuda et de filiis Beniamin de filiis quoque Ephraim et Manasse
ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
4 Othei filius Amiud filius Emri filii Omrai filii Bonni de filiis Phares filii Iuda
ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
5 et de Siloni Asaia primogenitus et filii eius
ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।
6 de filiis autem Zara Ieuhel et fratres eorum sescenti nonaginta
ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।
7 porro de filiis Beniamin Salo filius Mosollam filii Oduia filii Asana
ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;
8 et Iobania filius Hieroam et Hela filius Ozi filii Mochori et Mosollam filius Saphatiae filii Rahuhel filii Iebaniae
ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;
9 et fratres eorum per familias suas nongenti quinquaginta sex omnes hii principes cognationum per domos patrum suorum
ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।
10 de sacerdotibus autem Iedaia Ioiarib et Iachin
ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍
11 Azarias quoque filius Helciae filii Mosollam filii Sadoc filii Maraioth filii Ahitob pontifex domus Dei
ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,
12 porro Adaias filius Hieroam filii Phasor filii Melchia et Masaia filius Adihel filii Iezra filii Mosollam filii Mosollamoth filii Emmer
ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
13 fratres quoque eorum principes per familias suas mille septingenti sexaginta fortissimi robore ad faciendum opus ministerii in domo Dei
ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।
14 de Levitis autem Semeia filius Assub filii Ezricam filii Asebiu de filiis Merari
ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;
15 Bacbacar quoque carpentarius et Galal et Mathania filius Micha filii Zechri filii Asaph
ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
16 et Obdia filius Semeiae filii Galal filii Idithun et Barachia filius Asa filii Helcana qui habitavit in atriis Netophathi
ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
17 ianitores autem Sellum et Acub et Telmon et Ahiman et frater eorum Sellum princeps
ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।
18 usque ad illud tempus in porta Regis ad orientem observabant per vices suas de filiis Levi
ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
19 Sellum vero filius Core filii Abiasaph filii Core cum fratribus suis et domo patris sui hii sunt Coritae super opera ministerii custodes vestibulorum tabernaculi et familiae eorum per vices castrorum Domini custodientes introitum
ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।
20 Finees autem filius Eleazar erat dux eorum coram Domino
ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।
21 porro Zaccharias filius Mosollamia ianitor portae tabernaculi testimonii
ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
22 omnes hii electi in ostiarios per portas ducenti duodecim et descripti in villis propriis quos constituerunt David et Samuhel videns in fide sua
ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
23 tam ipsos quam filios eorum in ostiis domus Domini et in tabernaculo vicibus suis
ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
24 per quattuor ventos erant ostiarii id est ad orientem et ad occidentem ad aquilonem et ad austrum
ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
25 fratres autem eorum in viculis morabantur et veniebant in sabbatis suis de tempore usque ad tempus
ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
26 his quattuor Levitis creditus erat omnis numerus ianitorum et erant super exedras et thesauros domus Domini
କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।
27 per gyrum quoque templi Domini morabantur in custodiis suis ut cum tempus fuisset ipsi mane aperirent fores
ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
28 de horum grege erant et super vasa ministerii ad numerum enim et inferebantur vasa et efferebantur
ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।
29 de ipsis et qui credita habebant utensilia sanctuarii praeerant similae et vino et oleo et turi et aromatibus
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।
30 filii autem sacerdotum unguenta ex aromatibus conficiebant
ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।
31 et Matthathias Levites primogenitus Sellum Coritae praefectus erat eorum quae in sartagine frigebantur
ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍‍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।
32 porro de filiis Caath fratribus eorum super panes erant propositionis ut semper novos per singula sabbata praepararent
ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
33 hii sunt principes cantorum per familias Levitarum qui in exedris morabantur ita ut die et nocte iugiter suo ministerio deservirent
ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।
34 capita Levitarum per familias suas principes manserunt in Hierusalem
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
35 in Gabaon autem commorati sunt pater Gabaon Iaihel et nomen uxoris eius Maacha
ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;
36 filius primogenitus eius Abdon et Sur et Cis et Baal et Ner et Nadab
ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,
37 Gedor quoque et Ahio et Zaccharias et Macelloth
ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍।
38 porro Macelloth genuit Semmaam isti habitaverunt e regione fratrum suorum in Hierusalem cum fratribus suis
ମିକ୍ଲୋତ୍‍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
39 Ner autem genuit Cis et Cis genuit Saul et Saul genuit Ionathan et Melchisuae et Abinadab et Esbaal
ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
40 filius autem Ionathan Meribbaal et Meribbaal genuit Micha
ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।
41 porro filii Micha Phiton et Malech et Thara
ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‌।
42 Ahaz autem genuit Iara et Iara genuit Alamath et Azmoth et Zamri et Zamri genuit Mosa
ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା
43 Mosa vero genuit Baana cuius filius Raphaia genuit Elasa de quo ortus est Esel
ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।
44 porro Esel sex filios habuit his nominibus Ezricam Bochru Ismahel Saria Obdia Anan hii filii Esel
ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍ସେଲର ସନ୍ତାନ।

< I Paralipomenon 9 >