< Timotheum I 6 >
1 quicumque sunt sub iugo servi dominos suos omni honore dignos arbitrentur ne nomen Domini et doctrina blasphemetur
ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
2 qui autem fideles habent dominos non contemnant quia fratres sunt sed magis serviant quia fideles sunt et dilecti qui beneficii participes sunt haec doce et exhortare
ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।
3 si quis aliter docet et non adquiescit sanis sermonibus Domini nostri Iesu Christi et ei quae secundum pietatem est doctrinae
କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
4 superbus nihil sciens sed languens circa quaestiones et pugnas verborum ex quibus oriuntur invidiae contentiones blasphemiae suspiciones malae
ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
5 conflictationes hominum mente corruptorum et qui veritate privati sunt existimantium quaestum esse pietatem
ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
6 est autem quaestus magnus pietas cum sufficientia
ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
7 nihil enim intulimus in mundum haut dubium quia nec auferre quid possumus
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
8 habentes autem alimenta et quibus tegamur his contenti sumus
ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9 nam qui volunt divites fieri incidunt in temptationem et laqueum et desideria multa inutilia et nociva quae mergunt homines in interitum et perditionem
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
10 radix enim omnium malorum est cupiditas quam quidam appetentes erraverunt a fide et inseruerunt se doloribus multis
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
11 tu autem o homo Dei haec fuge sectare vero iustitiam pietatem fidem caritatem patientiam mansuetudinem
କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
12 certa bonum certamen fidei adprehende vitam aeternam in qua vocatus es et confessus bonam confessionem coram multis testibus (aiōnios )
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। (aiōnios )
13 praecipio tibi coram Deo qui vivificat omnia et Christo Iesu qui testimonium reddidit sub Pontio Pilato bonam confessionem
ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
14 ut serves mandatum sine macula inreprehensibile usque in adventum Domini nostri Iesu Christi
ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।
15 quem suis temporibus ostendet beatus et solus potens rex regum et Dominus dominantium
ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
16 qui solus habet inmortalitatem lucem habitans inaccessibilem quem vidit nullus hominum sed nec videre potest cui honor et imperium sempiternum amen (aiōnios )
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍। (aiōnios )
17 divitibus huius saeculi praecipe non sublime sapere neque sperare in incerto divitiarum sed in Deo qui praestat nobis omnia abunde ad fruendum (aiōn )
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, (aiōn )
18 bene agere divites fieri in operibus bonis facile tribuere communicare
ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
19 thesaurizare sibi fundamentum bonum in futurum ut adprehendant veram vitam
ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
20 o Timothee depositum custodi devitans profanas vocum novitates et oppositiones falsi nominis scientiae
ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
21 quam quidam promittentes circa fidem exciderunt gratia tecum
କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।