< Ii Paralipomenon 12 >
1 cumque roboratum fuisset regnum Roboam et confortatum dereliquit legem Domini et omnis Israhel cum eo
ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
2 anno autem quinto regni Roboam ascendit Sesac rex Aegypti in Hierusalem quia peccaverunt Domino
ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
3 cum mille ducentis curribus et sexaginta milibus equitum nec erat numerus vulgi quod venerat cum eo ex Aegypto Lybies scilicet et Trogoditae et Aethiopes
ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
4 cepitque civitates munitissimas in Iuda et venit usque Hierusalem
ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
5 Semeias autem propheta ingressus est ad Roboam et principes Iuda qui congregati fuerant in Hierusalem fugientes Sesac dixitque ad eos haec dicit Dominus vos reliquistis me et ego reliqui vos in manu Sesac
ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।”
6 consternatique principes Israhel et rex dixerunt iustus est Dominus
ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
7 cumque vidisset Dominus quod humiliati essent factus est sermo Domini ad Semeiam dicens quia humiliati sunt non disperdam eos daboque eis pauxillum auxilii et non stillabit furor meus super Hierusalem per manum Sesac
ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।
8 verumtamen servient ei ut sciant distantiam servitutis meae et servitutis regni terrarum
ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”
9 recessit itaque Sesac rex Aegypti ab Hierusalem sublatis thesauris domus Domini et domus regis omniaque secum tulit et clypeos aureos quos fecerat Salomon
ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।
10 pro quibus fecit rex aeneos et tradidit illos principibus scutariorum qui custodiebant vestibulum palatii
ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
11 cumque introiret rex domum Domini veniebant scutarii et tollebant eos iterumque referebant ad armamentarium suum
ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
12 verumtamen quia humiliati sunt aversa est ab eis ira Domini nec deleti sunt penitus siquidem et in Iuda inventa sunt opera bona
ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା।
13 confortatus est igitur rex Roboam in Hierusalem atque regnavit quadraginta autem et unius anni erat cum regnare coepisset et decem septemque annis regnavit in Hierusalem urbe quam elegit Dominus ut confirmaret nomen suum ibi de cunctis tribubus Israhel nomenque matris eius Naama Ammanitis
ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
14 fecit autem malum et non praeparavit cor suum ut quaereret Dominum
ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
15 opera vero Roboam prima et novissima scripta sunt in libris Semeiae prophetae et Addo videntis et diligenter exposita pugnaveruntque adversum se Roboam et Hieroboam cunctis diebus
ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
16 et dormivit Roboam cum patribus suis sepultusque est in civitate David et regnavit Abia filius eius pro eo
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।