< Deuteronomii 18 >
1 non habebunt sacerdotes et Levitae et omnes qui de eadem tribu sunt partem et hereditatem cum reliquo Israhel quia sacrificia Domini et oblationes eius comedent
ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।
2 et nihil aliud accipient de possessione fratrum suorum Dominus enim ipse est hereditas eorum sicut locutus est illis
ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।
3 hoc erit iudicium sacerdotum a populo et ab his qui offerunt victimas sive bovem sive ovem immolaverint dabunt sacerdoti armum ac ventriculum
ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।
4 primitias frumenti vini et olei et lanarum partem ex ovium tonsione
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
5 ipsum enim elegit Dominus Deus tuus de cunctis tribubus tuis ut stet et ministret nomini Domini ipse et filii eius in sempiternum
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
6 si exierit Levites de una urbium tuarum ex omni Israhel in qua habitat et voluerit venire desiderans locum quem elegerit Dominus
ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
7 ministrabit in nomine Dei sui sicut omnes fratres eius Levitae qui stabunt eo tempore coram Domino
ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
8 partem ciborum eandem accipiet quam et ceteri excepto eo quod in urbe sua ex paterna ei successione debetur
ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
9 quando ingressus fueris terram quam Dominus Deus tuus dabit tibi cave ne imitari velis abominationes illarum gentium
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
10 nec inveniatur in te qui lustret filium suum aut filiam ducens per ignem aut qui ariolos sciscitetur et observet somnia atque auguria ne sit maleficus
ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
11 ne incantator ne pythones consulat ne divinos et quaerat a mortuis veritatem
କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
12 omnia enim haec abominatur Dominus et propter istiusmodi scelera delebit eos in introitu tuo
ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
13 perfectus eris et absque macula cum Domino Deo tuo
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
14 gentes istae quarum possidebis terram augures et divinos audiunt tu autem a Domino Deo tuo aliter institutus es
କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।
15 prophetam de gente tua et de fratribus tuis sicut me suscitabit tibi Dominus Deus tuus ipsum audies
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
16 ut petisti a Domino Deo tuo in Horeb quando contio congregata est atque dixisti ultra non audiam vocem Domini Dei mei et ignem hunc maximum amplius non videbo ne moriar
କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”
17 et ait Dominus mihi bene omnia sunt locuti
ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
18 prophetam suscitabo eis de medio fratrum suorum similem tui et ponam verba mea in ore eius loqueturque ad eos omnia quae praecepero illi
ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
19 qui autem verba eius quae loquetur in nomine meo audire noluerit ego ultor existam
ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।
20 propheta autem qui arrogantia depravatus voluerit loqui in nomine meo quae ego non praecepi illi ut diceret aut ex nomine alienorum deorum interficietur
ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ।
21 quod si tacita cogitatione responderis quomodo possum intellegere verbum quod non est locutus Dominus
ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’
22 hoc habebis signum quod in nomine Domini propheta ille praedixerit et non evenerit hoc Dominus non locutus est sed per tumorem animi sui propheta confinxit et idcirco non timebis eum
କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”