< Esdræ 9 >
1 postquam autem haec conpleta sunt accesserunt ad me principes dicentes non est separatus populus Israhel et sacerdotes et Levitae a populis terrarum et de abominationibus eorum Chananei videlicet et Hetthei et Ferezei et Iebusei et Ammanitarum et Moabitarum et Aegyptiorum et Amorreorum
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
2 tulerunt enim de filiabus eorum sibi et filiis suis et commiscuerunt semen sanctum cum populis terrarum manus etiam principum et magistratuum fuit in transgressione hac prima
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
3 cumque audissem sermonem istum scidi pallium meum et tunicam et evelli capillos capitis mei et barbae et sedi maerens
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
4 convenerunt autem ad me omnes qui timebant verbum Dei Israhel pro transgressione eorum qui de captivitate venerant et ego sedebam tristis usque ad sacrificium vespertinum
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
5 et in sacrificio vespertino surrexi de adflictione mea et scisso pallio et tunica curvavi genua mea et expandi manus meas ad Dominum Deum meum
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
6 et dixi Deus meus confundor et erubesco levare Deus meus faciem meam ad te quoniam iniquitates nostrae multiplicatae sunt super caput et delicta nostra creverunt usque in caelum
“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
7 a diebus patrum nostrorum sed et nos ipsi peccavimus granditer usque ad diem hanc et in iniquitatibus nostris traditi sumus ipsi et reges nostri et sacerdotes nostri in manum regum terrarum in gladium in captivitatem in rapinam et in confusionem vultus sicut et die hac
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
8 et nunc quasi parum et ad momentum facta est deprecatio nostra apud Dominum Deum nostrum ut dimitterentur nobis reliquiae et daretur paxillus in loco sancto eius et inluminaret oculos nostros Deus noster et daret nobis vitam modicam in servitute nostra
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
9 quia servi sumus et in servitute nostra non dereliquit nos Deus noster et inclinavit super nos misericordiam coram rege Persarum ut daret nobis vitam et sublimaret domum Dei nostri et extrueret solitudines eius et daret nobis sepem in Iuda et in Hierusalem
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
10 et nunc quid dicemus Deus noster post haec quia dereliquimus mandata tua
ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
11 quae praecepisti in manu servorum tuorum prophetarum dicens terram ad quam vos ingredimini ut possideatis eam terra inmunda est iuxta inmunditiam populorum ceterarumque terrarum abominationibus eorum qui repleverunt eam ab ore usque ad os in coinquinatione sua
ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
12 nunc ergo filias vestras ne detis filiis eorum et filias eorum non accipiatis filiis vestris et non quaeratis pacem eorum et prosperitatem eorum usque in aeternum ut confortemini et comedatis quae bona sunt terrae et heredes habeatis filios vestros usque in saeculum
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
13 et post omnia quae venerunt super nos in operibus nostris pessimis et in delicto nostro magno quia tu Deus noster liberasti nos de iniquitate nostra et dedisti nobis salutem sicut est hodie
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
14 ut non converteremur et irrita faceremus mandata tua neque matrimonia iungeremus cum populis abominationum istarum numquid iratus es nobis usque ad consummationem ne dimitteres nobis reliquias et salutem
ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
15 Domine Deus Israhel iustus tu quoniam derelicti sumus qui salvaremur sicut die hac ecce coram te sumus in delicto nostro non enim stari potest coram te super hoc
ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”