< Osee Propheta 12 >
1 Ephraim pascit ventum et sequitur aestum tota die mendacium et vastitatem multiplicat et foedus cum Assyriis iniit et oleum in Aegyptum ferebat
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
2 iudicium ergo Domini cum Iuda et visitatio super Iacob iuxta vias eius et iuxta adinventiones eius reddet ei
ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
3 in utero subplantavit fratrem suum et in fortitudine sua directus est cum angelo
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
4 et invaluit ad angelum et confortatus est flevit et rogavit eum in Bethel invenit eum et ibi locutus est nobiscum
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
5 et Dominus Deus exercituum Dominus memoriale eius
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
6 et tu ad Deum tuum converteris misericordiam et iudicium custodi et spera in Deo tuo semper
ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
7 Chanaan in manu eius statera dolosa calumniam dilexit
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
8 et dixit Ephraim verumtamen dives effectus sum inveni idolum mihi omnes labores mei non invenient mihi iniquitatem quam peccavi
ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
9 et ego Dominus Deus tuus ex terra Aegypti adhuc sedere te faciam in tabernaculis sicut in diebus festivitatis
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
10 et locutus sum super prophetas et ego visionem multiplicavi et in manu prophetarum adsimilatus sum
ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
11 si Galaad idolum tamen frustra erant in Galgal bubus immolantes nam et altaria eorum quasi acervi super sulcos agri
ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
12 fugit Iacob in regionem Syriae et servivit Israhel in uxore et in uxore servavit
ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
13 in propheta autem eduxit Dominus Israhel de Aegypto et in propheta servatus est
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
14 ad iracundiam me provocavit Ephraim in amaritudinibus suis et sanguis eius super eum veniet et obprobrium eius restituet ei Dominus suus
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।