< Jeremiæ 22 >

1 haec dicit Dominus descende in domum regis Iuda et loqueris ibi verbum hoc
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
2 et dices audi verbum Domini rex Iuda qui sedes super solium David tu et servi tui et populus tuus qui ingredimini per portas istas
ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
3 haec dicit Dominus facite iudicium et iustitiam et liberate vi oppressum de manu calumniatoris et advenam et pupillum et viduam nolite contristare neque opprimatis inique et sanguinem innocentem ne effundatis in loco isto
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
4 si enim facientes feceritis verbum istud ingredientur per portas domus huius reges sedentes de genere David super thronum eius et ascendentes currus et equos ipsi et servi et populus eorum
କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।
5 quod si non audieritis verba haec in memet ipso iuravi dicit Dominus quia in solitudinem erit domus haec
ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।
6 quia haec dicit Dominus super domum regis Iuda Galaad tu mihi caput Libani si non posuero te solitudinem urbes inhabitabiles
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
7 et sanctificabo super te interficientem virum et arma eius et succident electam cedrum tuam et praecipitabunt in ignem
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।
8 et pertransibunt gentes multae per civitatem hanc et dicet unusquisque proximo suo quare fecit Dominus sic civitati huic grandi
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’
9 et respondebunt eo quod dereliquerint pactum Domini Dei sui et adoraverint deos alienos et servierint eis
ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”
10 nolite flere mortuum neque lugeatis super eum fletu plangite eum qui egreditur quia non revertetur ultra nec videbit terram nativitatis suae
ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।
11 quia haec dicit Dominus ad Sellum filium Iosiae regem Iuda qui regnavit pro Iosia patre suo qui egressus est de loco isto non revertetur huc amplius
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
12 sed in loco ad quem transtuli eum ibi morietur et terram istam non videbit amplius
“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”
13 vae qui aedificat domum suam in iniustitia et cenacula sua non in iudicio amicum suum opprimet frustra et mercedem eius non reddet ei
“ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
14 qui dicit aedificabo mihi domum latam et cenacula spatiosa qui aperit sibi fenestras et facit laquearia cedrina pingitque sinopide
ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
15 numquid regnabis quoniam confers te cedro pater tuus numquid non comedit et bibit et fecit iudicium et iustitiam tunc cum bene erat ei
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।
16 iudicavit causam pauperis et egeni in bonum suum numquid non ideo quia cognovit me dicit Dominus
ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
17 tui vero oculi et cor ad avaritiam et ad sanguinem innocentem fundendum et ad calumniam et ad cursum mali operis
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”
18 propterea haec dicit Dominus ad Ioachim filium Iosiae regem Iuda non plangent eum vae frater et vae fratres non concrepabunt ei vae domine et vae inclite
ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
19 sepultura asini sepelietur putrefactus et proiectus extra portas Hierusalem
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
20 ascende Libanum et clama et in Basan da vocem tuam et clama ad transeuntes quia contriti sunt omnes amatores tui
“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
21 locutus sum ad te in abundantia tua dixisti non audiam haec est via tua ab adulescentia tua quia non audisti vocem meam
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
22 omnes pastores tuos pascet ventus et amatores tui in captivitatem ibunt et tunc confunderis et erubesces ab omni malitia tua
ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
23 quae sedes in Libano et nidificas in cedris quomodo congemuisti cum venissent tibi dolores quasi dolores parturientis
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”
24 vivo ego dicit Dominus quia si fuerit Iechonias filius Ioachim regis Iuda anulus in manu dextera mea inde avellam eum
“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
25 et dabo te in manu quaerentium animam tuam et in manu quorum tu formidas faciem et in manu Nabuchodonosor regis Babylonis et in manu Chaldeorum
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
26 et mittam te et matrem tuam quae genuit te in terram alienam in qua nati non estis ibique moriemini
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।
27 et in terram ad quam ipsi levant animam suam ut revertantur illuc non revertentur
ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”
28 numquid vas fictile atque contritum vir iste Iechonias numquid vas absque omni voluptate quare abiecti sunt ipse et semen eius et proiecti in terram quam ignoraverunt
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
29 terra terra terra audi sermonem Domini
ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
30 haec dicit Dominus scribe virum istum sterilem virum qui in diebus suis non prosperabitur nec enim erit de semine eius vir qui sedeat super solium David et potestatem habeat ultra in Iuda
ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”

< Jeremiæ 22 >