< Jeremiæ 8 >

1 in tempore illo ait Dominus eicient ossa regis Iuda et ossa principum eius et ossa sacerdotum et ossa prophetarum et ossa eorum qui habitaverunt Hierusalem de sepulchris suis
ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
2 et pandent ea ad solem et lunam et omnem militiam caeli quae dilexerunt et quibus servierunt et post quae ambulaverunt et quae quaesierunt et adoraverunt non colligentur et non sepelientur in sterquilinium super faciem terrae erunt
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
3 et eligent magis mortem quam vitam omnes qui residui fuerint de cognatione hac pessima in universis locis quae derelicta sunt ad quae eieci eos dicit Dominus exercituum
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
4 et dices ad eos haec dicit Dominus numquid qui cadet non resurget et qui aversus est non revertetur
ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
5 quare ergo aversus est populus iste in Hierusalem aversione contentiosa adprehenderunt mendacium et noluerunt reverti
ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
6 adtendi et auscultavi nemo quod bonum est loquitur nullus est qui agat paenitentiam super peccato suo dicens quid feci omnes conversi sunt ad cursum suum quasi equus impetu vadens in proelio
ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
7 milvus in caelo cognovit tempus suum turtur et hirundo et ciconia custodierunt tempus adventus sui populus autem meus non cognovit iudicium Domini
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
8 quomodo dicitis sapientes nos sumus et lex Domini nobiscum est vere mendacium operatus est stilus mendax scribarum
ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
9 confusi sunt sapientes perterriti et capti sunt verbum enim Domini proiecerunt et sapientia nulla est in eis
ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
10 propterea dabo mulieres eorum exteris agros eorum heredibus quia a minimo usque ad maximum omnes avaritiam sequuntur a propheta usque ad sacerdotem cuncti faciunt mendacium
ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
11 et sanabant contritionem filiae populi mei ad ignominiam dicentes pax pax cum non esset pax
ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
12 confusi sunt quia abominationem fecerunt quinimmo confusione non sunt confusi et erubescere nescierunt idcirco cadent inter corruentes in tempore visitationis suae corruent dicit Dominus
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।
13 congregans congregabo eos ait Dominus non est uva in vitibus et non sunt ficus in ficulnea folium defluxit et dedi eis quae praetergressa sunt
ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
14 quare sedemus convenite et ingrediamur civitatem munitam et sileamus ibi quia Dominus noster silere nos fecit et potum dedit nobis aquam fellis peccavimus enim Domino
ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
15 expectavimus pacem et non erat bonum tempus medellae et ecce formido
ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
16 a Dan auditus est fremitus equorum eius a voce hinnituum pugnatorum eius commota est omnis terra et venerunt et devoraverunt terram et plenitudinem eius urbem et habitatores eius
“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
17 quia ecce ego mittam vobis serpentes regulos quibus non est incantatio et mordebunt vos ait Dominus
ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
18 dolor meus super dolorem in me cor meum maerens
ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।
19 ecce vox clamoris filiae populi mei de terra longinqua numquid Dominus non est in Sion aut rex eius non est in ea quare ergo me ad iracundiam concitaverunt in sculptilibus suis et in vanitatibus alienis
ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”
20 transiit messis finita est aestas et nos salvati non sumus
“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”
21 super contritionem filiae populi mei contritus sum et contristatus stupor obtinuit me
ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
22 numquid resina non est in Galaad aut medicus non est ibi quare igitur non est obducta cicatrix filiae populi mei
ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?

< Jeremiæ 8 >