< Job 30 >

1 nunc autem derident me iuniores tempore quorum non dignabar patres ponere cum canibus gregis mei
ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
2 quorum virtus manuum erat mihi pro nihilo et vita ipsa putabantur indigni
ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
3 egestate et fame steriles qui rodebant in solitudine squalentes calamitate et miseria
ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
4 et mandebant herbas et arborum cortices et radix iuniperorum erat cibus eorum
ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
5 qui de convallibus ista rapientes cum singula repperissent ad ea cum clamore currebant
ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
6 in desertis habitabant torrentium et in cavernis terrae vel super glaream
ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
7 qui inter huiuscemodi laetabantur et esse sub sentibus delicias conputabant
ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
8 filii stultorum et ignobilium et in terra penitus non parentes
ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
9 nunc in eorum canticum versus sum et factus sum eis proverbium
ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
10 abominantur me et longe fugiunt a me et faciem meam conspuere non verentur
ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
11 faretram enim suam aperuit et adflixit me et frenum posuit in os meum
କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।
12 ad dexteram orientis calamitatis meae ilico surrexerunt pedes meos subverterunt et oppresserunt quasi fluctibus semitis suis
ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
13 dissipaverunt itinera mea insidiati sunt mihi et praevaluerunt et non fuit qui ferret auxilium
ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
14 quasi rupto muro et aperta ianua inruerunt super me et ad meas miserias devoluti sunt
ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।
15 redactus sum in nihili abstulisti quasi ventus desiderium meum et velut nubes pertransiit salus mea
ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
16 nunc autem in memet ipso marcescit anima mea et possident me dies adflictionis
ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
17 nocte os meum perforatur doloribus et qui me comedunt non dormiunt
ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
18 in multitudine eorum consumitur vestimentum meum et quasi capitio tunicae sic cinxerunt me
ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।
19 conparatus sum luto et adsimilatus favillae et cineri
ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
20 clamo ad te et non exaudis me sto et non respicis me
ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
21 mutatus es mihi in crudelem et in duritia manus tuae adversaris mihi
ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
22 elevasti me et quasi super ventum ponens elisisti me valide
ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
23 scio quia morti tradas me ubi constituta domus est omni viventi
କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
24 verumtamen non ad consumptionem eorum emittis manum tuam et si corruerint ipse salvabis
ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
25 flebam quondam super eum qui adflictus erat et conpatiebatur anima mea pauperi
ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
26 expectabam bona et venerunt mihi mala praestolabar lucem et eruperunt tenebrae
ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
27 interiora mea efferbuerunt absque ulla requie praevenerunt me dies adflictionis
ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
28 maerens incedebam sine furore consurgens in turba clamavi
ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
29 frater fui draconum et socius strutionum
ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।
30 cutis mea denigrata est super me et ossa mea aruerunt prae caumate
ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।
31 versa est in luctum cithara mea et organum meum in vocem flentium
ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।

< Job 30 >