< Iosue 18 >
1 congregatique sunt omnes filii Israhel in Silo ibique fixerunt tabernaculum testimonii et fuit eis terra subiecta
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
2 remanserant autem filiorum Israhel septem tribus quae necdum acceperant possessiones suas
ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।
3 ad quos Iosue ait usquequo marcetis ignavia et non intratis ad possidendam terram quam Dominus Deus patrum vestrorum dedit vobis
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”
4 eligite de singulis tribubus ternos viros ut mittam eos et pergant atque circumeant terram et describant eam iuxta numerum uniuscuiusque multitudinis referantque ad me quod descripserint
ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।
5 dividite vobis terram in septem partes Iudas sit in terminis suis ab australi plaga et domus Ioseph ab aquilone
ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ।
6 mediam inter hos terram in septem partes describite et huc venietis ad me ut coram Domino Deo vestro mittam vobis hic sortem
ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
7 quia non est inter vos pars Levitarum sed sacerdotium Domini est eorum hereditas Gad autem et Ruben et dimidia tribus Manasse iam acceperant possessiones suas trans Iordanem ad orientalem plagam quas dedit eis Moses famulus Domini
କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
8 cumque surrexissent viri ut pergerent ad describendam terram praecepit eis Iosue dicens circuite terram et describite eam ac revertimini ad me ut hic coram Domino Deo in Silo mittam vobis sortem
ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।”
9 itaque perrexerunt et lustrantes eam in septem partes diviserunt scribentes in volumine reversique sunt ad Iosue in castra Silo
ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
10 qui misit sortes coram Domino in Silo divisitque terram filiis Israhel in septem partes
ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
11 et ascendit sors prima filiorum Beniamin per familias suas ut possiderent terram inter filios Iuda et filios Ioseph
ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
12 fuitque terminus eorum contra aquilonem ab Iordane pergens iuxta latus Hiericho septentrionalis plagae et inde contra occidentem ad montana conscendens et perveniens in solitudinem Bethaven
ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
13 atque pertransiens iuxta Luzam ad meridiem ipsa est Bethel descenditque in Atharothaddar in montem qui est ad meridiem Bethoron inferioris
ସେଠାରୁ ସେ ସୀମା ଲୂସ୍କୁ ବା ଦକ୍ଷିଣ ଆଡ଼େ ଲୂସ୍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।
14 et inclinatur circumiens contra mare a meridie montis qui respicit Bethoron contra africum suntque exitus eius in Cariathbaal quae vocatur et Cariathiarim urbem filiorum Iuda haec est plaga contra mare et occidentem
ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍-ଯିୟାରୀମ୍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
15 a meridie autem ex parte Cariathiarim egreditur terminus contra mare et pervenit usque ad fontem aquarum Nepthoa
ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
16 descenditque in partem montis qui respicit vallem filiorum Ennom et est contra septentrionalem plagam in extrema parte vallis Rafaim descenditque Gehennom id est vallis Ennom iuxta latus Iebusei ad austrum et pervenit ad fontem Rogel
ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା।
17 transiens ad aquilonem et egrediens ad Aensemes id est fontem Solis
ପୁଣି ଉତ୍ତର ଦିଗରେ ଫେରି ଐନ୍-ଶେମଶ୍ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
18 et pertransit usque ad tumulos qui sunt e regione ascensus Adommim descenditque ad Abenboen id est lapidem Boen filii Ruben et pertransit ex latere aquilonis ad campestria descenditque in planitiem
ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା
19 et praetergreditur contra aquilonem Bethagla suntque exitus eius contra linguam maris Salsissimi ab aquilone in fine Iordanis ad australem plagam
ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
20 qui est terminus illius ab oriente haec est possessio filiorum Beniamin per terminos suos in circuitu et familias singulas
ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
21 fueruntque civitates eius Hiericho et Bethagla et vallis Casis
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍
22 Betharaba et Semaraim et Bethel
ଓ ବେଥ୍-ଅରାବା ଓ ସୀମାରୟମ୍ ଓ ବେଥେଲ୍
23 Avim et Affara et Ofra
ଓ ଅବ୍ବୀମ୍ ଓ ପାରା ଓ ଅଫ୍ରା,
24 villa Emona et Ofni et Gabee civitates duodecim et villae earum
କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।
25 Gabaon et Rama et Beroth
ଗିବୀୟୋନ୍ ଓ ରାମା ଓ ବେରୋତ
26 et Mesfe Cafera et Ammosa
ଓ ମିସ୍ପେ ଓ କଫୀରା ଓ ମୋତ୍ସା
27 et Recem Iarafel et Tharala
ଓ ରେକମ ଓ ଯିର୍ପେଲ ଓ ତରଲା
28 et Sela Eleph et Iebus quae est Hierusalem Gabaath et Cariath civitates quattuordecim et villae earum haec est possessio filiorum Beniamin iuxta familias suas
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।