< Mattheum 7 >
1 nolite iudicare ut non iudicemini
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
2 in quo enim iudicio iudicaveritis iudicabimini et in qua mensura mensi fueritis metietur vobis
କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
3 quid autem vides festucam in oculo fratris tui et trabem in oculo tuo non vides
ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
4 aut quomodo dicis fratri tuo sine eiciam festucam de oculo tuo et ecce trabis est in oculo tuo
ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
5 hypocrita eice primum trabem de oculo tuo et tunc videbis eicere festucam de oculo fratris tui
ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
6 nolite dare sanctum canibus neque mittatis margaritas vestras ante porcos ne forte conculcent eas pedibus suis et conversi disrumpant vos
ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।
7 petite et dabitur vobis quaerite et invenietis pulsate et aperietur vobis
ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
8 omnis enim qui petit accipit et qui quaerit invenit et pulsanti aperietur
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
9 aut quis est ex vobis homo quem si petierit filius suus panem numquid lapidem porriget ei
କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,
10 aut si piscem petet numquid serpentem porriget ei
କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?
11 si ergo vos cum sitis mali nostis bona dare filiis vestris quanto magis Pater vester qui in caelis est dabit bona petentibus se
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
12 omnia ergo quaecumque vultis ut faciant vobis homines et vos facite eis haec est enim lex et prophetae
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
13 intrate per angustam portam quia lata porta et spatiosa via quae ducit ad perditionem et multi sunt qui intrant per eam
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
14 quam angusta porta et arta via quae ducit ad vitam et pauci sunt qui inveniunt eam
ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
15 adtendite a falsis prophetis qui veniunt ad vos in vestimentis ovium intrinsecus autem sunt lupi rapaces
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!
16 a fructibus eorum cognoscetis eos numquid colligunt de spinis uvas aut de tribulis ficus
ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?
17 sic omnis arbor bona fructus bonos facit mala autem arbor fructus malos facit
ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।
18 non potest arbor bona fructus malos facere neque arbor mala fructus bonos facere
ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ।
19 omnis arbor quae non facit fructum bonum exciditur et in ignem mittitur
ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
20 igitur ex fructibus eorum cognoscetis eos
ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।
21 non omnis qui dicit mihi Domine Domine intrabit in regnum caelorum sed qui facit voluntatem Patris mei qui in caelis est ipse intrabit in regnum caelorum
ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
22 multi dicent mihi in illa die Domine Domine nonne in nomine tuo prophetavimus et in tuo nomine daemonia eiecimus et in tuo nomine virtutes multas fecimus
ସେ ଦିନ ଅନେକେ ମୋତେ କହିବେ, ‘ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ?’ ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ?
23 et tunc confitebor illis quia numquam novi vos discedite a me qui operamini iniquitatem
ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’
24 omnis ergo qui audit verba mea haec et facit ea adsimilabitur viro sapienti qui aedificavit domum suam supra petram
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
25 et descendit pluvia et venerunt flumina et flaverunt venti et inruerunt in domum illam et non cecidit fundata enim erat super petram
ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
26 et omnis qui audit verba mea haec et non facit ea similis erit viro stulto qui aedificavit domum suam supra harenam
ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।
27 et descendit pluvia et venerunt flumina et flaverunt venti et inruerunt in domum illam et cecidit et fuit ruina eius magna
ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”
28 et factum est cum consummasset Iesus verba haec admirabantur turbae super doctrinam eius
ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,
29 erat enim docens eos sicut potestatem habens non sicut scribae eorum et Pharisaei
କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।