< Nehemiæ 5 >
1 et factus est clamor populi et uxorum eius magnus adversus fratres suos iudaeos
ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ।
2 et erant qui dicerent filii nostri et filiae nostrae multae sunt nimis accipiamus pro pretio eorum frumentum et comedamus et vivamus
କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”
3 et erant qui dicerent agros nostros et vineas et domos nostras opponamus et accipiamus frumentum in fame
ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”
4 et alii dicebant mutuo sumamus pecunias in tributa regis demusque agros nostros et vineas
ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।
5 et nunc sicut carnes fratrum nostrorum sic carnes nostrae sunt sicut filii eorum ita filii nostri ecce nos subiugamus filios nostros et filias nostras in servitutem et de filiabus nostris sunt famulae nec habemus unde possint redimi et agros nostros et vineas alii possident
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
6 et iratus sum nimis cum audissem clamorem eorum secundum verba haec
ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।
7 cogitavitque cor meum mecum et increpui optimates et magistratus et dixi eis usurasne singuli a fratribus vestris exigatis et congregavi adversus eos contionem magnam
ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।
8 et dixi eis nos ut scitis redemimus fratres nostros iudaeos qui venditi fuerant gentibus secundum possibilitatem nostram et vos igitur vendite fratres vestros et emimus eos et siluerunt nec invenerunt quid responderent
ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
9 dixique ad eos non est bona res quam facitis quare non in timore Dei nostri ambulatis ne exprobretur nobis a gentibus inimicis nostris
ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?
10 et ego et fratres mei et pueri mei commodavimus plurimis pecuniam et frumentum non repetamus in commune istud aes alienum concedamus quod debetur nobis
ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।
11 reddite eis hodie agros suos vineas suas oliveta sua et domos suas quin potius et centesimam pecuniae frumenti vini et olei quam exigere soletis ab eis date pro illis
ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”
12 et dixerunt reddimus et ab eis nihil quaerimus sicque faciemus ut loqueris et vocavi sacerdotes et adiuravi eos ut facerent iuxta quod dixeram
ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
13 insuper et sinum meum excussi et dixi sic excutiat Deus omnem virum qui non conpleverit verbum istud de domo sua et de laboribus suis sic excutiatur et vacuus fiat et dixit universa multitudo amen et laudaverunt Deum fecit ergo populus sicut dictum erat
ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।
14 a die autem illa qua praeceperat mihi ut essem dux in terra Iuda ab anno vicesimo usque ad annum tricesimum secundum Artarxersis regis per annos duodecim ego et fratres mei annonas quae ducibus debebantur non comedimus
ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।
15 duces autem primi qui fuerant ante me gravaverunt populum et acceperunt ab eis in pane vino et pecunia cotidie siclos quadraginta sed et ministri eorum depresserant populum ego autem non feci ita propter timorem Dei
ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
16 quin potius in opere muri aedificavi et agrum non emi et omnes pueri mei congregati ad opus erant
ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।
17 Iudaei quoque et magistratus centum quinquaginta viri et qui veniebant ad nos de gentibus quae in circuitu nostro sunt in mensa mea erant
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।
18 parabatur autem mihi per dies singulos bos unus arietes sex electi exceptis volatilibus et inter dies decem vina diversa et alia multa tribuebam insuper et annonas ducatus mei non quaesivi valde enim erat adtenuatus populus
ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
19 memento mei Deus meus in bonum secundum omnia quae feci populo huic
ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।