< Philippenses 1 >
1 Paulus et Timotheus servi Iesu Christi omnibus sanctis in Christo Iesu qui sunt Philippis cum episcopis et diaconis
ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;
2 gratia vobis et pax a Deo Patre nostro et Domino Iesu Christo
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 gratias ago Deo meo in omni memoria vestri
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
4 semper in cunctis orationibus meis pro omnibus vobis cum gaudio deprecationem faciens
ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
5 super communicatione vestra in evangelio a prima die usque nunc
ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
6 confidens hoc ipsum quia qui coepit in vobis opus bonum perficiet usque in diem Christi Iesu
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
7 sicut est mihi iustum hoc sentire pro omnibus vobis eo quod habeam in corde vos et in vinculis meis et in defensione et confirmatione evangelii socios gaudii mei omnes vos esse
ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
8 testis enim mihi est Deus quomodo cupiam omnes vos in visceribus Christi Iesu
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।
9 et hoc oro ut caritas vestra magis ac magis abundet in scientia et omni sensu
ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
10 ut probetis potiora ut sitis sinceres et sine offensa in diem Christi
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
11 repleti fructu iustitiae per Christum Iesum in gloriam et laudem Dei
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
12 scire autem vos volo fratres quia quae circa me sunt magis ad profectum venerunt evangelii
ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
13 ita ut vincula mea manifesta fierent in Christo in omni praetorio et in ceteris omnibus
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
14 et plures e fratribus in Domino confidentes vinculis meis abundantius audere sine timore verbum Dei loqui
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
15 quidam quidem et propter invidiam et contentionem quidam autem et propter bonam voluntatem Christum praedicant
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
16 quidam ex caritate scientes quoniam in defensionem evangelii positus sum
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
17 quidam autem ex contentione Christum adnuntiant non sincere existimantes pressuram se suscitare vinculis meis
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।
18 quid enim dum omni modo sive per occasionem sive per veritatem Christus adnuntiatur et in hoc gaudeo sed et gaudebo
ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।
19 scio enim quia hoc mihi proveniet in salutem per vestram orationem et subministrationem Spiritus Iesu Christi
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
20 secundum expectationem et spem meam quia in nullo confundar sed in omni fiducia sicut semper et nunc magnificabitur Christus in corpore meo sive per vitam sive per mortem
ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
21 mihi enim vivere Christus est et mori lucrum
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
22 quod si vivere in carne hic mihi fructus operis est et quid eligam ignoro
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।
23 coartor autem e duobus desiderium habens dissolvi et cum Christo esse multo magis melius
ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
24 permanere autem in carne magis necessarium est propter vos
ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
25 et hoc confidens scio quia manebo et permanebo omnibus vobis ad profectum vestrum et gaudium fidei
ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
26 ut gratulatio vestra abundet in Christo Iesu in me per meum adventum iterum ad vos
ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
27 tantum digne evangelio Christi conversamini ut sive cum venero et videro vos sive absens audiam de vobis quia stetistis uno spiritu unianimes conlaborantes fide evangelii
ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
28 et in nullo terreamini ab adversariis quae est illis causa perditionis vobis autem salutis et hoc a Deo
ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;
29 quia vobis donatum est pro Christo non solum ut in eum credatis sed ut etiam pro illo patiamini
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
30 eundem certamen habentes qualem et vidistis in me et nunc audistis de me
ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।