< Proverbiorum 5 >

1 fili mi adtende sapientiam meam et prudentiae meae inclina aurem tuam
ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
2 ut custodias cogitationes et disciplinam labia tua conservent
ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
3 favus enim stillans labia meretricis et nitidius oleo guttur eius
ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
4 novissima autem illius amara quasi absinthium et acuta quasi gladius biceps
କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
5 pedes eius descendunt in mortem et ad inferos gressus illius penetrant (Sheol h7585)
ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ; (Sheol h7585)
6 per semitam vitae non ambulat vagi sunt gressus eius et investigabiles
ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7 nunc ergo fili audi me et ne recedas a verbis oris mei
ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8 longe fac ab ea viam tuam et ne adpropinques foribus domus eius
ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9 ne des alienis honorem tuum et annos tuos crudeli
କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10 ne forte impleantur extranei viribus tuis et labores tui sint in domo aliena
କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;
11 et gemas in novissimis quando consumpseris carnes et corpus tuum et dicas
ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12 cur detestatus sum disciplinam et increpationibus non adquievit cor meum
ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
13 nec audivi vocem docentium me et magistris non inclinavi aurem meam
ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14 paene fui in omni malo in medio ecclesiae et synagogae
ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”
15 bibe aquam de cisterna tua et fluenta putei tui
ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
16 deriventur fontes tui foras et in plateis aquas tuas divide
ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?
17 habeto eas solus nec sint alieni participes tui
ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
18 sit vena tua benedicta et laetare cum muliere adulescentiae tuae
ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
19 cerva carissima et gratissimus hinulus ubera eius inebrient te omni tempore in amore illius delectare iugiter
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
20 quare seduceris fili mi ab aliena et foveris sinu alterius
ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
21 respicit Dominus vias hominis et omnes gressus illius considerat
ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
22 iniquitates suae capiunt impium et funibus peccatorum suorum constringitur
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
23 ipse morietur quia non habuit disciplinam et multitudine stultitiae suae decipietur
ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।

< Proverbiorum 5 >