< Psalmorum 126 >

1 canticum graduum in convertendo Dominum captivitatem Sion facti sumus sicut consolati
ଆରୋହଣ ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
2 tunc repletum est gaudio os nostrum et lingua nostra exultatione tunc dicent inter gentes magnificavit Dominus facere cum eis
ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
3 magnificavit Dominus facere nobiscum facti sumus laetantes
ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
4 converte Domine captivitatem nostram sicut torrens in austro
ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
5 qui seminant in lacrimis in exultatione metent
ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
6 euntes ibant et flebant portantes semina sua venientes autem venient in exultatione portantes manipulos suos
ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

< Psalmorum 126 >